ଭୁବନେଶ୍ୱର,୯।୮: ରାଜ୍ୟ ସରକାର ସୋମବାର ଆଇଏଏସ୍ ଏବଂ ଓଏଏସ୍ସ୍ତରରେ ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି।
ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ଯ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।