୩ ଦିନିଆ ଓଡ଼ିଶା ଗସ୍ତରେ ଭାଗବତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆର୍‌ଏସଏସ(ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଜଧାନୀଠାରେ ଅନୁଷ୍ଠିତ ହେବାକୁ ଥିବା ଆର୍‌ଏସ୍‌ଏସ୍‌ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଭାଗବତ ଯୋଗଦେବେ। ପୂର୍ବ କ୍ଷେତ୍ର ଲାଗି ଉଦ୍ଦିଷ୍ଟ ଏହି ବୈଠକ ବୁଧବାର ଏବଂ ଏହାର ପରଦିନ ଅନୁଷ୍ଠିତ ହେବ। ଏଥିରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ସରକାର୍ଯ୍ୟବାହ ସୁରେଶ ଯୋଶୀ ମଧ୍ୟ ଯୋଗଦେବେ। ପଶ୍ଚିମବଙ୍ଗ, ଓଡିଶା, ଆଣ୍ଡାମାନ ଓ ନିକୋବର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳର ୩୫ଜଣ ସଦସ୍ୟ ବୈଠକରେ ଯୋଗଦେବେ। ଏଥିରେ କୋଭିଡ-୧୯ ମହାମାରୀ ସମୟରେ ସ୍ବୟଂସେବକଙ୍କ ଦ୍ୱାରା କରାଯାଇଥିବା ସେବା କାର୍ଯ୍ୟର ଆଲୋଚନା ଓ ସମୀକ୍ଷା କରାଯିବ। ଏହାସହ କରୋନାରେ ପ୍ରଭାବିତ ଜନଜୀବନ, ଶିକ୍ଷା, ସ୍ବାସ୍ଥ୍ୟ, ଆତ୍ମନିର୍ଭରଶୀଳତା ଉପରେ ମଧ୍ୟ ବିସ୍ତୃତ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ...

ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ...

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର...

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ...

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା...

ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri