ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା କହିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ।

ଏକ୍ସରେ ଏକ ପୋଷ୍ଟ କରି ରାହୁଲ ଲେଖିଛନ୍ତି, ”ଓଡ଼ିଶାରେ ଘଟିଥିବା ଏହି ଭୟଙ୍କର ଘଟଣା ଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୋଲିସର ସାହାଯ୍ୟ ମାଗିବାକୁ ଯାଇଥିବା ଜଣେ ସେନା ଅଧିକାରୀଙ୍କୁ ଅତି ନିର୍ମମ ଭାବେ ମାଡ ମାରିବା ସହ ତାଙ୍କ ତାଙ୍କର ବାନ୍ଧବୀଙ୍କ ନିର୍ଯାତନା ଦିଆଯାଇଛି। ଏହି ଘୃଣ୍ୟ ଘଟଣା ସମଗ୍ର ମାନବିକତା ପାଇଁ ଲଜ୍ଜାଜନକ ଅଟେ।

ଭାଜପା ସରକାରଙ୍କ ଅଧୀନରେ ମହିଳାଙ୍କ ବିରୋଧରେ ଅପରାଧ ସମ୍ପୂର୍ଣ୍ଣ ଅନିୟନ୍ତ୍ରିତ ହୋଇପଡିଛି। ଯେତେବେଳେ ଅନ୍ୟାୟ ଆଶ୍ରୟ ପାଇଥାଏ, ତେବେ ସାଧାରଣ ନାଗରିକ କାହାଠାରୁ ସାହାଯ୍ୟ ଆଶା କରିବେ ?

ଏହି ଘଟଣାର ସମସ୍ତ ଅପରାଧୀ କଠୋର ଆଇନଗତ ଦଣ୍ଡ ପାଇବା ଉଚିତ। ସେମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଭାରତର ଲୋକ, ବିଶେଷ କରି ମହିଳାଙ୍କ ସମ୍ମୁଖରେ ନ୍ୟାୟ ଏବଂ ନିରାପତ୍ତାର ଏକ ଉଦାହରଣ ସୃଷ୍ଟି କରିବାର ଆବଶ୍ୟକତା ରହିଛି।”

Share