ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ ରିପୋର୍ଟ ଲେଖୁଥିବା ବେଳେ ତାଙ୍କ ବାନ୍ଧବୀ ଥାନା ଭିତରେ ବୁଲିବୁଲି ପୋଲିସ କର୍ମଚାରୀଙ୍କ ସହିତ ଯୁକ୍ତିତର୍କ କରିବା ସହ ଭିଡିଓ କରୁଥିବାର ନଜର ଆସିଛି। ପୋଲିସ ମଧ୍ୟ ଉକ୍ତ ଯୁବତୀଙ୍କ ଭିଡିଓ ରେକର୍ଡିଂ କରିଛି।

ମେଜରଙ୍କ ବାନ୍ଧବୀଙ୍କ କହିବା ଅନୁସାରେ, ୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍‌ଷ୍ଟେବଳ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri