ଆସନ୍ତାକାଲିଠାରୁ ଖୋଲିବ ଭିତରକନିକା

ପଟ୍ଟାମୁଣ୍ଡାଇ,୩୧।୭(ଡି.ଏନ୍‌.ଏ.): ସୋମବାର ଅର୍ଥାତ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା। କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଥିଲା। ତେବେ ପର୍ୟ୍ୟଟକ ମାନଙ୍କୁ ଭିତରକନିକାକୁ ସ୍ବାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତ ହୋଇଛି। ନୂତନ ଲୁଣା ନର୍ସରୀ , ସେଲ୍ଫି ପଏଣ୍ଟ , ବିଳାସପୂର୍ଣ୍ଣ ଏସି ରେଷ୍ଟୁରାଣ୍ଟ, ବୋଟ ଲାଇବ୍ରେରୀ ଓ ବ୍ୟାଟେରୀ ବୋଟ୍‌ ଆଦିକୁ ପ୍ରସ୍ତୁତ ରଖାଯାଇଛି। ସେହିପରି କଟେଜ, ମ୍ୟୁଜିୟମ, ବୋଟ ଓ ବ୍ୟାଟେରୀ ଚାଳିତ ଗାଡ଼ିକୁ ମଧ୍ୟ ପ୍ରସ୍ତୁତ ରଖାଯାଇଛି। ଗୁପ୍ତି, ଖୋଳା, ଚାନ୍ଦବାଲି ଦେଇ ଭିତରକନିକାକୁ ଜଳପଥରେ ପ୍ରବେଶ କରି ହେବ। ସ୍ଥଳପଥରେ ଡାଙ୍ଗମାଳ ମୁଖ୍ୟ ଫାଟକ ଦେଇ ଭିତରକନିକାକୁ ପ୍ରବେଶ ପର୍ଯ୍ୟଟକ ଯାଇପାରିବେ ବୋଲି ଜଣାପଡ଼ିଛି।

Share