ଛତ୍ରପୁର ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ଭୃଗୁ ବକ୍ସିପାତ୍ର

ଛତ୍ରପୁର,୭ା୪(ଦିଲ୍ଲୀପ ସାମଲ): ବିଜେଡି ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କୁ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ବିପୁଳ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରମ୍ଭା, ହୁମ୍ମା, ଗଞ୍ଜାମ ଏବଂ ଛତ୍ରପୁର ସହରରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହା ସହିତ ଗଞ୍ଜାମ ଜିଲାର ଛତ୍ରପୁର ନିର୍ବାଚନ ମଣ୍ଡଳୀଠାରୁ ନିଜର ପ୍ରଚାର ଆରମ୍ଭ କରିଛନ୍ତି ଏମ୍‌ପି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର l ରମ୍ଭା, ଗଞ୍ଜାମ ଏବଂ ଛତ୍ରପୁର ସହରରେ ସହ ସହ ବାଇକ୍‌ ଯୋଗେ ଶୋଭାଯାତ୍ରାରେ ବୁଲି ପ୍ରଚାର ଆରମ୍ଭ କରିଛନ୍ତି ଉଭୟ ବ୍ରହ୍ମପୁର ଏମ୍‌ପି ପ୍ରତିନିଧି ଭୃଗୁ ବକ୍ସିପାତ୍ର ଓ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା l ଛତ୍ରପୁର ସହରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ପୁତି ଗୋପାଳପୁରଠାରେ ବିଜୁ ଜନତା ଦଳର କାର୍ଯ୍ୟାଳୟ ଉଦ୍‌ଘାଟନ କରାଯାଇଥିଲା। ପରେ ଛତ୍ରପୁରରେ ଆୟୋଜିତ ଏକ ସଭାରେ ଯୋଗ ଦେଇ ବିଜେଡିର ଉଭୟ ଏମ୍‌ପି ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ୍‌ ଦେଇ ଜୟ ଯୁକ୍ତ କରିବା ପାଇଁ ଏମ୍‌ପି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ଛତ୍ରପୁର ନିର୍ବାଚନ ମଣ୍ଡଳୀ ବାସୀଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା କରାଯାଇଛି। ଏଣୁ ପୁଣି ଥରେ ବିଜୁ ଜନତା ଦଳକୁ ବିପୁଳ ସଂଖ୍ୟାରେ ଭୋଟ୍‌ ଦେଇ ଜୟଯୁକ୍ତ କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ଉଭୟ ଏମ୍‌ପି ଓ ବିଧାୟକ ପ୍ରାର୍ଥୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri