ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପର ଡିପିଆର୍‌ ଚୂଡ଼ାନ୍ତ

ଭୁବନେଶ୍ୱର,୧୭ା୮(ଅନିଲ ଦାସ)ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଡିଟେଲ ପ୍ରୋଜେକ୍ଟ ରିପୋର୍ଟ(ଡିପିଆର) ଦିଲ୍ଲୀ ମେଟ୍ରୋ ରେଳ କର୍ପୋରଶନ(ଡିଏମ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି। ଲୋକସେବା ଭବନଠାରେ ମେଟ୍ରୋ ରେଳ ପ୍ରକଳ୍ପ ବୈଠକରେ ଡିଏମ୍‌ଆର୍‌ସି ଏହି ଡିପିଆର୍‌ ପ୍ରଦାନ କରିଛି । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଗତ କିଛିଦିନ ଧରି ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ଡିଏମ୍‌ଆର୍‌ସି ପକ୍ଷରୁ ଟ୍ରାଫିକ୍‌, ଜିଓ ଟେକ୍ନିକାଲ ଇନ୍‌ଭେଷ୍ଟିଗେଶନ, ପୋପୋଗ୍ରାଫିକ୍‌ ସର୍ଭେ, ପରିବେଶ ଓ ସାମାଜିକ ପ୍ରଭାବ ଉପରେ ସର୍ଭେ କରାଯାଇଥିଲା। ଏହା ପରେ ଡିଏମ୍‌ଆର୍‌ସି ପକ୍ଷରୁ ଏହି ରିପୋର୍ଟ ପ୍ରଦାନ କରାଯାଇଛି।
ଡିପିଆର ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ମେଟ୍ରୋ ରେଳ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ କ୍ୟାପିଟାଲ ହସ୍ପିଟାଲ, ଶିଶୁଭବନ, ବାପୁଜୀନଗର, ଭୁବନେଶ୍ୱର ରେଳ ଷ୍ଟେଶନ, ରାମ ମନ୍ଦିର ଛକ, ବାଣୀବିହାର, ଆଚାର୍ଯ୍ୟ ବିହାର, ଜୟଦେବ ବିହାର ଛକ, ଜାଭିୟର ଛକ, ରେଳ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟର, ଡମଣା ଛକ, ପଟିଆ ଛକ, କିଟ୍‌ ଛକ, ନନ୍ଦନବିହାର, ରଘୁନାଥପୁର, ନନ୍ଦନକାନନ ଜୁଲୋଜିକାଲ ପାର୍କ, ଫୁଲପୋଖରୀ, ତ୍ରିଶୂଳିଆ ଛକ ଏବଂ କଟକ ଯାଏ ଚଳାଚଳ କରିବ। ମେଟ୍ରୋ ରେଳ ୨୦ଟି ଷ୍ଟେଶନ ଦେଇ ୨୬ କିଲୋମିଟର ଯାଏ ଚାଲିବ ବୋଲି ଡିପିଆର୍‌ରେ ଉଲ୍ଲେଖ କରାଯାଇଛି।
ଏଥିସହିତ ପରବର୍ତ୍ତୀ ସମୟରେ ମେଟ୍ରୋ ରେଳକୁ ଖୋର୍ଦ୍ଧା, ପୁରୀ ଏବଂ କଟକ-ଭୁବନେଶ୍ୱର ସହରର ଅନ୍ୟାନ୍ୟ ସ୍ଥାନକୁ ସଂଯୋଗ କରାଯିବ। ୨୦୨୩ ଏପ୍ରିଲ ପହିଲା ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ଯାଏ ମେଟ୍ରୋ ରେଳ ପ୍ରକଳ୍ପକୁ ଅନୁମୋଦନ କରିଥିଲେ। ଏହାର ଡିପିଆର୍‌ ପ୍ରସ୍ତୁତ ପାଇଁ ରାଜ୍ୟ ସରକାର ଡିଏମ୍‌ଆର୍‌ସିକୁ ଦାୟିତ୍ୱ ଦେଇଥିଲେ। ଇତିମଧ୍ୟରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଅଗଷ୍ଟ ୩ ତାରିଖରେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେଶନ ଲିମିଟେଡ(ବିଏମ୍‌ଆରସିଏଲ୍‌) ଗଠନ ପାଇଁ ବିଜ୍ଞପ୍ତି ପ୍ରକାଶ କରିବା ସହ ପ୍ରକଳ୍ପର ମୁଖ୍ୟ କାର୍ଯ୍ୟନିର୍ବାହୀ ଏବଂ ଜେନେରାଲ ମ୍ୟାନେଜର (ପ୍ରଶାସନ) ନିଯୁକ୍ତ କରିଛନ୍ତି।
ଡିଏମ୍‌ଆର୍‌ସି ପ୍ରାରମ୍ଭିକ ପର୍ଯ୍ୟାୟରେ ତ୍ରିଶୂଳିଆରୁ ଭୁବନେଶ୍ୱର ବିମାନବନ୍ଦର ପର୍ଯ୍ୟନ୍ତ ପ୍ରତି ୧ କିଲୋମିଟର ଦୂରତାରେ ମାଟି ପରୀକ୍ଷା କରିଛି। ମୃତ୍ତିକାର କେଉଁ ସ୍ତରରେ ପଥର ଅଛି ଓ ଏହାର ସମ୍ଭାଳିବା କ୍ଷମତା କେତେ ଅଛି ସେନେଇ ସର୍ଭେ କରାଯାଇଛି। ମେଟ୍ରୋ ରେଳର ଭୂତଳ ପଥ ପାଇଁ ଯେଉଁ ପିଲାର ହେବ ତା’ର ଫାଉଣ୍ଡେଶନ ଡିଜାଇନ କିଭଳି ହେବ ସେ ସମସ୍ତ ତଥ୍ୟ ଡିପିଆର୍‌ରେ ଉଲ୍ଲେଖ କରାଯାଇଛି।
ବର୍ତ୍ତମାନ ଯୋଜନା ଅନୁଯାୟୀ ବିମାନବନ୍ଦରରୁ ତ୍ରିଶୂଳିଆ ଯାଏ ୨୬ କିମି ଟ୍ରଙ୍କ୍‌ ରୁଟ୍‌ରେ ୪୫୦ ସ୍ପାନ୍‌ ତିଆରି କରାଯିବ। ପ୍ରତି ୫୦ ମିଟର ଦୂରତାରେ ଗୋଟିଏ ଲେଖାଏ ସ୍ପାନ୍‌ ଛିଡ଼ା ହେବ। ସମସ୍ତ ପ୍ରକଳ୍ପରେ ପ୍ରାୟ ୮ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ପ୍ରାଥମିକ ଆକଳନରୁ ଜଣାପଡ଼ିଛି। ପ୍ରତି ୧ କିମି ମେଟ୍ରୋ ରେଳ ରାସ୍ତା ତିଆରି ପାଇଁ ପ୍ରାୟ ୩୦୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି ।
ଗତ ଦୁଇଦିନ ତଳେ ଭୁବନେଶ୍ୱର ରେଳ ଷ୍ଟେଶନରେ ତେଜସ୍‌ ରେକଯୁକ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ୍‌ର ଶୁଭାରମ୍ଭ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମେଟ୍ରୋ ରେଳ ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କୁ କଟାକ୍ଷ କରିଥିଲେ । ସେ କହିଥିଲେ, ୪-୫ ଜଣ ବାବୁ ସକାଳୁ ସକାଳୁ ଉଠି ବୁଲୁଛନ୍ତି ଆଉ ଫଟୋ ଉଠାଇ ଘୋଷଣା କରିଦେଉଛନ୍ତି ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ ହେବ । ମୁଁ ଯେତିକି ଜାଣିଛି କେନ୍ଦ୍ର-ରାଜ୍ୟ ମିଳିତ ଉଦ୍ୟମରେ ଏହି ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ ହୁଏ । ଖାଲି ୪-୫ ବାବୁ ଯାଇ ସକାଳୁ ସକାଳୁ ବୁଲି ଫଟୋ ଉଠେଇ ଦେଲେ ମେଟ୍ରୋ ହୋଇଯାଏନି ବୋଲି କହିଥିଲେ । ଧର୍ମେନ୍ଦ୍ରଙ୍କ ଏପରି ମନ୍ତବ୍ୟର ୪୮ ଘଣ୍ଟା ପରେ ଡିଏମ୍‌ଆର୍‌ସି ରାଜ୍ୟ ସରକାରଙ୍କୁ ଡିପିଆର୍‌ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବାଜି ମାରିନେଲା ଭୁବନେଶ୍ୱର: କେନ୍ଦ୍ର ସରକାର ଦେଲେ ”ସର୍ବଶ୍ରେଷ୍ଠ ଜନସାଧାରଣ ପରିବହନ ବ୍ୟବସ୍ଥା” ପୁରସ୍କାର

ଗାନ୍ଧିନଗର, ୨୭ା୧୦: ଗୁଜରାଟର ଗାନ୍ଧିନଗର ଠାରେ ତିନି ଦିନିଆ ୧୭ ତମ ସହରୀ ମୋବିଲିଟି ଇଣ୍ଡିଆ (UMI) ସମ୍ମିଳନୀ ଏବଂ ପ୍ରଦର୍ଶନୀ ଆରମ୍ଭ ହୋଇଯାଇଛି। ଏହି...

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ: ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ,...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ: ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨୭ା୧୦: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ଅମାନିଆଙ୍କୁ ସାବାଡ୍‌ କରିବ ପୋଲିସ, ପିନ୍ଧିବ ବଡି କ୍ୟାମେରା

ଭୁବନେଶ୍ୱର,୨୭ା୧୦: ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ। ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସ ଏକ ନୂଆ ଯୋଜନା ଆରମ୍ଭ କରିଛି। ଏଣିକି ଥାନା ରିସେପ୍ସନ ଦାୟିତ୍ୱରେ...

ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ...

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ...

ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା

ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri