ଭୁବନେଶ୍ୱର: ଏସିଆର ଷଷ୍ଠ ଉତ୍ତପ୍ତ ସହର

ଭୁବନେଶ୍ୱର, ୬।୪(ଅସମାପିକା ସାହୁ): ଡହଡହ ଖରାକୁ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ଖରାତାତିରେ ସାରା ରାଜ୍ୟ ଛଟପଟ ହେଉଥିବାବେଳେ ରାଜଧାନୀ ଭୁବନେଶ୍ବର ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ଏଠାରେ ଦିନ ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରର ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଥିଲା। ପବନ ଗାଏବ୍‌ ହୋଇଯାଇଥିବାବେଳେ ଗରମରେ ସହରବାସୀ ଏକ ପ୍ରକାର ଅଣନିଃଶ୍ୱାସୀ ଅନୁଭବ କରିଥିଲେ। ଅନ୍ୟପକ୍ଷରେ ଭୁବନେଶ୍ୱର ଏସିଆ ମହାଦେଶର ଷଷ୍ଠ ଉତ୍ତପ୍ତ ସହର ପାଲଟିଥିଲା ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସେହିପରି ଭାରତର ୧୦ ଉତ୍ତପ୍ତ ସହର ତାଲିକାରେ ଆନ୍ଧ୍ରପ୍ରଦେଶର ନନ୍ଦ୍ୟାଲ ୪୩.୭ ସହ ସବୁଠାରୁ ଉତ୍ତପ୍ତ ରହିଥିବାବେଳେ ଭୁବନେଶ୍ୱର ଦ୍ୱିତୀୟରେ ରହିଛି। ତେବେ ମ୍ୟାନ୍‌ମାରର ଚାଉକ ସହର ୪୫.୭ ଡିଗ୍ରୀ ସହ ଏସିଆର ସର୍ବାଧିକ ଉତ୍ତପ୍ତ ସହର ଥିଲା ବୋଲି ଉମାଶଙ୍କର କହିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ରାଜ୍ୟର ୨୫ଟି ସହରରେ ଦିନର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପର ରହିଥିଲା। ଭୁବନେଶ୍ୱର ତଳକୁ ପାରଳାଖେମୁଣ୍ଡିରେ ୪୨.୬, ତାଳଚେର ୪୨.୧, ମାଲକାନଗିରି ଓ ବୌଦ୍ଧରେ ୪୨.୨, ଅନୁଗୋଳ ୪୨.୧, ବଲାଙ୍ଗୀର, ଟିଟିଲାଗଡ଼ ଓ ନୟାଗଡ଼ରେ ୪୨ ଓ କଟକରେ ୪୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଶନିବାର ମଧ୍ୟ ଏହିଭଳି ତାତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ରାଜଧାନୀରେ ସ୍ଥିତି ଅସମ୍ଭାଳ ହୋଇଯାଇଛି। ଦିନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୯.୮ ଡିଗ୍ରୀ ରେକର୍ଡ କରାଯାଇଥିଲା। ଏଥିସହ ଆର୍ଦ୍ରତା ପ୍ରାୟ ୪୫ ପ୍ରତିଶତ ରହିଥିଲା। ବାୟୁମଣ୍ଡଳର ତଳ ଭାଗରେ ପଶ୍ଚିମ ଦିଗରୁ ବାୟୁ ଚଳାଚଳ ଏବଂ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଏବଂ ଗରମ ବାୟୁ ପ୍ରବାହିତ ହେଉଥିବାରୁ ତାପମାତ୍ରା ବଢୁଛି ଏବଂ ସ୍ଥଳଭାଗ ଉତ୍ତପ୍ତ ହେଉଥିବା ପାଣିପାଗ ବିଭାଗ ସୂଚନା ଦେବା ସହ ହିଟ୍‌ ୱେଭର ପ୍ରଭାବ ଯଥେଷ୍ଟ ଅଧିକ ରହିବା ନେଇ ସତର୍କ କରିଛି। ଆଗକୁ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ସେହିପରି ଅଧିକାଂଶ ଜିଲାରେ ଉଷ୍ମ ରାତି ଅନୁଭୂତ ହେବା ନେଇ ମଧ୍ୟ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ଖୋର୍ଦ୍ଧା, କଟକ, କେନ୍ଦୁଝର, ବୌଦ୍ଧ, ମାଲକାନଗିରି, ନୟାଗଡ଼, ଅନୁଗୋଳ, ବଲାଙ୍ଗୀର, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାକୁ ହିଟ୍‌ ଓ୍ବେଭ୍‌ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ସେପଟେ ୭ତାରିଖରୁ ପାଗରେ ପରିବର୍ତ୍ତନ ହେବାର ଆଶଙ୍କା ରହିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୭ ଓ ୮ ତାରିଖରେ ଏକ ଟ୍ରପ୍‌ଲାଇନ୍‌ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ବଙ୍ଗୋପସାଗରରୁ ଆମ ରାଜ୍ୟକୁ ଜଳୀୟବାଷ୍ପ ଆସୁଛି। ତେଣୁ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହି ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବ ଏବଂ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏପରିକି କିଛି ଜିଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ତେବେ ୭ ତାରିଖରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ୮ତାରିଖରେ ଉପକୂଳ ଓଡ଼ିଶାର ଜିଲାଗୁଡ଼ିକ ଉପରେ ଏହାର ସବୁଠାରୁ ଅଧିକ ପ୍ରଭାବ ପଡ଼ିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri