ଭୁଟାନ ଆପଣାଇବ ବିଏମ୍‌ସି ମଡେଲ

ଭୁବନେଶ୍ୱର,୧୯ା୯ (ଅନୁରାଧା ମହାରଣା): ଭୁଟାନର ଏକ ପ୍ରତିନିଧି ଦଳ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍‌ରେ ବରିଷ୍ଠ ଅଧିକାରୀ ଓ ବୈଷୟିକ ବିଶେଷଜ୍ଞମାନେ ରହିଛନ୍ତି। ତାଙ୍କ ସହ କେତେଜଣ ଭାରତୀୟ ଅଧିକାରୀ ରହିଛନ୍ତି। ଏହି ପରିଦର୍ଶନ ସମୟରେ ସେମାନେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଧୀନ ବାସୁଆଘାଇସ୍ଥିତ ମଳ ପରିଚାଳନା କେନ୍ଦ୍ର ବୁଲି ଦେଖିବା ସହ ବିଭିନ୍ନ ମାଇକ୍ରୋ କମ୍ପୋଷ୍ଟ ସେଣ୍ଟର (ଏମ୍‌ସିସି) ଏବଂ ମ୍ୟାଟେରିଆଲ ରିକଭରି ଫାସିଲିଟି(ଏମ୍‌ଆର୍‌ଏଫ୍‌) ବୁଲି ଦେଖିଛନ୍ତି। ବିଏମ୍‌ସିର ମଳ ଏବଂ ବର୍ଜ୍ୟ ପରିଚାଳନା ଓ ପ୍ରକ୍ରିୟାକରଣକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଭୁଟାନରେ ଅନୁରୂପ ଭାବେ ମଳ ପରିଚାଳନା ଓ ବର୍ଜ୍ୟ ପ୍ରକ୍ରିୟାକରଣ ପଦ୍ଧତି ଅନୁସରଣ କରାଯିବ ବୋଲି ସେମାନେ କହିଛନ୍ତି। ବାସୁଆଘାଇସ୍ଥିତ ଓଡିଶା ଅର୍ବାନ ଏଡାଡେମୀ ଅଧିକାରୀଙ୍କ ସହ ସେମାନେ ମଳ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ। ଏକାଡେମୀ ପକ୍ଷରୁ ସେମାନଙ୍କର ବିଭିନ୍ନ ଏଫ୍‌ଏସ୍‌ଏସ୍‌ଏମ୍‌, ଏସ୍‌ଡବ୍ଲ୍ୟୁଏମ୍‌ ଏବଂ ୟୁଆରସି ବୁଲି ଦେଖାଇବା ଏବଂ ଓଡିଶାର ସଫଳତାର କାହାଣୀ ସମ୍ପର୍କରେ ଅବଗତ କରାଯାଇଛି ା ସେମାନଙ୍କୁ ବିଏମ୍‌ସିର ମଳ ଓ ବର୍ଜ୍ୟ ପରିଚାଳନା ସହ ତା’ର ପ୍ରକ୍ରିୟାକରଣ ସମ୍ପର୍କରେ ବୁଝାଇବା ପାଇଁ ସହକାରୀ କମିଶନର ଏନ୍‌. ଗଣେଶବାବୁଙ୍କୁ ଦାୟିତ୍ୱ ଦିଆଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri