Posted inଖେଳ

ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ

ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏବେ ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ୱର ଏବଂ ତାଙ୍କ ସ୍ତ୍ରୀ ନୁପୁରଙ୍କର ମଧ୍ୟ କରୋନା ଲକ୍ଷଣ ରହିଛି। ଉଭୟ ପରୀକ୍ଷା ପାଇଁ ସେମାନଙ୍କର ନମୁନା ଦେଇଛନ୍ତି ଏବଂ ରିପୋର୍ଟ ଏପର୍ଯ୍ୟନ୍ତ ଆସି ନାହିଁ। ଉଭୟ ମିରୁଟରେ ଥିବା ସେମାନଙ୍କ ଘରେ କ୍ୱାରାଣ୍ଟାଇନରେ ଅଛନ୍ତି। ଯଦି ଭୁବନେଶ୍ୱର କୁମାର ପଜିଟିଭ୍‌ ହୁଅନ୍ତି ତେବେ ଟିମ ଇଣ୍ଡିଆକୁ ବଡ ଝଟ୍‌କା ଲାଗିବ। ସେ ଆସନ୍ତା ମାସରେ ଶ୍ରୀଲଙ୍କା ଗସ୍ତ କରିବେ। ଯଦିଓ ଦଳ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ, ଭୁବନେଶ୍ୱର ସେହି ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହେବେ। ଯଦି ଭୁବନେଶ୍ୱର ଫିଟ ହେବେ ନାହିଁ, ତେବେ ଟିମ ଇଣ୍ଡିଆର ବୋଲିଂ ବିଭାଗକୁ ଝଟ୍‌କା ଲାଗିବ। ସୂଚନାଯୋଗ୍ୟ, ଭୁବନେଶ୍ୱର କୁମାର ଇଂଲଣ୍ଡ ବିପକ୍ଷ ସିରିଜରୁ ଏକଦିବସର ଏବଂ ଟି -୨୦ କ୍ରିକେଟରେ ପ୍ରତ୍ୟାବର୍ତ୍ତନ କରିଥିଲେ। ସେ ଦୀର୍ଘ ସମୟ ଧରି ଆଘାତ ସହ ସଂଗ୍ରାମ କରୁଥିଲେ। ନିକଟରେ ଖବର ଆସିଥିଲା ଯେ ଭୁବନେଶ୍ୱର କୁମାର ଟେଷ୍ଟ କ୍ରିକେଟ ଖେଳିବାକୁ ଚାହୁଁନାହାଁନ୍ତି କିନ୍ତୁ ସେ ଏହି ଖବରକୁ ଭୁଲ ବୋଲି କହିଥିଲେ। ଭୁବନେଶ୍ୱର କୁମାର ନିକଟରେ ପିତାଙ୍କୁ ହରାଇଥିଲେ। ତାଙ୍କ ପିତା କିରଣପାଲ ଦୀର୍ଘ ସମୟ ଧରି ଯକୃତ ରୋଗରେ ପୀଡିତ ଥିଲେ। ବହୁ ଚିକିତ୍ସା ପରେ ମଧ୍ୟ ସେ ସୁସ୍ଥ ହୋଇପାରି ନ ଥିଲେ ଏବଂ ୬୩ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri