ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ ଖବରଦାତା ସମ୍ମିଳନୀରେ ବାଇଡେନ୍‌ କ୍ୱାଡ୍‌ ନେତାମାନଙ୍କ ପରିଚୟ ଦେଉଥିବାବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୁଲିଯାଇଥିଲେ। କାର୍ଯ୍ୟକ୍ରମରେ ବାଇଡେନ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସ୍‌ ଏବଂ ଜାପାନ ପ୍ରତିପକ୍ଷ ଫୁମିଓ କିଶିଡା ଉପସ୍ଥିତ ଥିଲେ। ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ କ୍ୟାନ୍‌ସର ସମସ୍ୟା ହ୍ରାସ ନିମନ୍ତେ କ୍ୟାନ୍‌ସର ମୁନ୍‌ଶୁଟ୍‌ ଇନିସିଏଟିଭ୍‌ର ଶୁଭାରମ୍ଭ ହୋଇଥିଲା। ଏହା ଉପରେ ଉଦ୍‌ବୋଧନ ଦେବା ପରେ ବାଇଡେନ୍‌ ମଞ୍ଚରେ ଉପସ୍ଥିତ ଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ପରିଚୟ କରାଇବାକୁ ଯାଉଥିଲେ। ତେବେ ସେ କ’ଣ କହିବେ ଜାଣି ନ ପାରି ହଡ଼ବଡ଼େଇ ଯାଇଥିଲେ ଏବଂ ଦ୍ୱନ୍ଦ୍ୱରେ ପଡ଼ିଯାଇଥିବା ଜଣାପଡ଼ୁଥିଲେ। ମୁଁ କାହାର ପରିଚୟ ଦେବି ବୋଲି ସେ ପ୍ରଶ୍ନ କରିଥିଲେ। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଖବରଦାତା ସମ୍ମିଳନୀରେ ଅଛନ୍ତି ବୋଲି ସମ୍ପୂର୍ଣ୍ଣ ଭୁଲିଯାଇଥିଲେ। କାର୍ଯ୍ୟକ୍ରମର ଉପସ୍ଥାପକ ପ୍ରଧାନମନ୍ତ୍ରୀ ମୋଦିଙ୍କ ନାଁ ଘୋଷଣା କରିବା ସହ ତାଙ୍କ ପରିଚୟ ରଖିବାକୁ ଆଗେଇ ଆସିଥିଲେ।
୮୧ ବର୍ଷୀୟ ବାଇଡେନ୍‌ଙ୍କ ମାନସିକ ସ୍ଥିତି ଚିନ୍ତାଜନକ ହୋଇଛି। ସେ ଭାଗ ନେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଉପସ୍ଥିତ ନେତାଙ୍କୁ ଭୁଲିଯାଉଛନ୍ତି। ଜୁଲାଇରେ ନାଟୋ ସମ୍ମିଳନୀରେ ଉଦ୍‌ବୋଧନ ଦେଲାବେଳେ ବାଇଡେନ୍‌ ସେଠାରେ ଉପସ୍ଥିତ ଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ଭୁଲ୍‌ବଶତଃ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଥିଲେ। ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରେସିଡେନ୍‌ସିଆଲ ବିତର୍କ ବେଳେ ବାଇଡେନ୍‌ ବାରମ୍ବାର ହଡ଼ବଡେଇ ଯିବା ସହ କ’ଣ କହିବେ ଜାଣିପାରି ନ ଥିଲେ। ଏଥିପାଇଁ ସେ ନିଜ ଦଳରୁ ସମାଲୋଚିତ ହେବା ପରେ ଡେମୋକ୍ରାଟ୍‌ ରାଷ୍ଟ୍ରପତି ପ୍ରାର୍ଥୀ ଦୌଡ଼ରୁ ଓହରିଯିବାକୁ ବାଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର...

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର...

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି...

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି...

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri