Posted inଜାତୀୟ

କୋଲକାତା ବଳାତ୍କାର ହତ୍ୟା ଘଟଣାରେ ସିବିଆଇର ବଡ ଆକ୍ସନ, ସନ୍ଦୀପ ଘୋଷ…

କୋଲକାତା,୧୪।୯: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଜୁନିଅର ମହିଳା ଡାକ୍ତରଙ୍କୁ ବଳାତ୍କାର-ହତ୍ୟା ମାମଲାରେ ସିବିଆଇ ଏକ ବଡ ପଦକ୍ଷେପ ନେଇଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଶନିବାର ଆର.ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ଗିରଫ କରିଛି। ସେ ୨୩ ସେପ୍ଟେମ୍ବର ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ଅଛନ୍ତି।
ଏହାପୂର୍ବରୁ ଆର୍ଥିକ ଅନିୟମିତତା ମାମଲାରେ ସିବିଆଇ ପୂର୍ବତନ ପ୍ରିନ୍ସିପାଲଙ୍କୁ ଗିରଫ କରିଥିଲା। ବର୍ତ୍ତମାନ ବଳାତ୍କାର-ହତ୍ୟା ମାମଲାରେ ଏକ ନୂଆ ଗିରଫ କରାଯାଇଛି। ଆରଜି କର ବଳାତ୍କାର ମାମଲାର ତଦନ୍ତରେ ଏଫଆଇଆର୍‌ ରେଜିଷ୍ଟ୍ରେସନରେ ବିଳମ୍ବ ହେବା ଏବଂ ପ୍ରମାଣ ଗାଏବ ହେବା ଅଭିଯୋଗରେ ସନ୍ଦୀପ ଘୋଷ ଏବଂ ତାଲା ପୋଲିସ ଷ୍ଟେଶନର ଏସଏଚଓ ଅଭିଜିତ ମଣ୍ଡଳଙ୍କୁ ସିବିଆଇ ଗିରଫ କରିଛି। ସନ୍ଦୀପଙ୍କୁ ରବିବାର ସିୟାଲଦା କୋର୍ଟରେ ହାଜର କରାଯିବ।
ସୂଚନାନୁସାରେ, ସିବିଆଇ ତଦନ୍ତରୁ ଜଣାପଡିଛି ଯେ ଉଭୟ ସନ୍ଦୀପ ଘୋଷ ଏବଂ କୋଲକାତା ପୋଲିସର ଏସଏଚଓ ଯାଞ୍ଚରେ ବିଳମ୍ବ କରିବା ସହ ପ୍ରମାଣକୁ ଖଣ୍ଡନ କରି ନ୍ୟାୟ ଦେବାରେ ବାଧା ସୃଷ୍ଟି କରିଥିବା ଅଭିଯୋଗ ହୋଇଛି। ଏହାପୂର୍ବରୁ, ଆର୍ଥିକ ଅନିୟମିତତା ମାମଲାରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) କୋର୍ଟ ସନ୍ଦୀପ ଘୋଷ ଏବଂ ଅନ୍ୟ ତିନିଜଣଙ୍କୁ ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଥିଲେ।
ଘୋଷଙ୍କୁ ବର୍ତ୍ତମାନ ପ୍ରେସିଡେନ୍ସି ସେଣ୍ଟ୍ରାଲ ଜେଲର ଏକ ପୃଥକ କୋଠରୀରେ ରଖାଯାଇଛି, ଯେଉଁଠାରେ ତାଙ୍କୁ ଏହି ସପ୍ତାହ ପୂର୍ବରୁ ଅଣାଯାଇଥିଲା। ସନ୍ଦୀପ ଘୋଷଙ୍କୁ ସେପ୍ଟେମ୍ବର ୨ରେ ସିବିଆଇ ଗିରଫ କରିଥିଲା। କ୍ୟାମ୍ପସରେ ଜଣେ ଜୁନିଅର ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ପରେ ଏହି ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛି କଲିକତା ହାଇକୋର୍ଟ।
ସୂଚନାଯୋଗ୍ୟ, ଅଗଷ୍ଟ ୯ରେ, କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ସେମିନାର ହଲରେ ୩୧ବର୍ଷିୟା ଜୁନିଅର ଡାକ୍ତରଙ୍କ ମୃତଦେହ ମିଳିଥିଲା। ପୋଷ୍ଟ ମର୍ଟମ ରିପୋର୍ଟରୁ ଜଣାପଡିଥିଲା ଯେ ତାଙ୍କୁ ହତ୍ୟା କରାଯିବା ପୂର୍ବରୁ ତାଙ୍କୁ ଅତି ନିର୍ମମ ଭାବେ ବଳାତ୍କାର କରାଯାଇଥିଲା। ଏହି ଘଟଣାକୁ ନେଇ ସାରା ଦେଶରେ ଡାକ୍ତରମାନେ ଧର୍ମଘଟ କରି ବିରୋଧ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦେଶ ଗୋଟିଏ ନିର୍ବାଚନ: ୧୫ ବିରୋଧୀ ଦଳ କହିଲେ ଅସମ୍ଭବ

ନୂଆଦିଲ୍ଲୀ,୧୮ା୯: କଂଗ୍ରେସ ନେତୃତ୍ୱରେ ୧୫ ବିରୋଧୀ ଦଳ କେନ୍ଦ୍ର ସରକାରଙ୍କ ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନିଷ୍ପତ୍ତିକୁ ବିରୋଧ କରିଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ପୂର୍ବତନ...

ଦେଶର ସର୍ବକନିଷ୍ଠ ମହିଳା ମୁଖ୍ୟମନ୍ତ୍ରୀ ହେବେ ଆତିଶୀ, ତାଲିକାରେ ଓଡ଼ିଶାର ଥିଲେ…

ନୂଆଦିଲ୍ଲୀ,୧୮।୯: ଅରବିନ୍ଦ କେଜରିଓ୍ବାଲଙ୍କ ସ୍ଥାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶୀ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀଙ୍କ ନାଁକୁ ମଞ୍ଜୁର ଦିଆଯାଇଛି ଯିଏକି ରାଜଧାନୀ ଦିଲ୍ଲୀର ଶୀର୍ଷ...

ମୋଦିଙ୍କ ପ୍ରସ୍ତାବକୁ ଖୋଲାଖୋଲି ସମର୍ଥନ କଲେ ମାୟାବତୀ-ଅଖିଳେଶ, କଂଗ୍ରେସର ବଢିଲା ହାର୍ଟବିଟ୍‌

ନୂଆଦିଲ୍ଲୀ,୧୮।୯: ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟିର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ମୋଦି କ୍ୟାବିନେଟର ନିଷ୍ପତ୍ତିକୁ ଦଳ ସମର୍ଥନ କରି କହିଛି ଯେ...

ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ କ’ଣ ବଦଳିଯିବ ଜାଣନ୍ତୁ….

ନୂଆଦିଲ୍ଲୀ,୧୮ା୯: ଓ୍ବାନ୍‌ ନେଶନ, ଓ୍ବାନ୍‌ ଇଲେକ୍ସନରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ୱରେ କମିଟିର ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପୂର୍ବତନ ରାଷ୍ଟ୍ରପତିଙ୍କ...

ମୋଦି ସରକାରଙ୍କ ବଡ ଆକ୍ସନ, ଆଉ ଭାରତ ପାଣିରେ ମଉଜ କରିପାରିବନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧୮।୯: ପାକିସ୍ତାନ ବର୍ଷ ବର୍ଷ ଧରି ଭାରତୀୟ ଜଳକୁ ଉପଭୋଗ କରିଆସୁଥିଲା, କିନ୍ତୁ ବର୍ତ୍ତମାନ ଏହି ଦିନ ପରିବର୍ତ୍ତନ ହେବାକୁ ଯାଉଛି। ଭାରତ ସରକାର ପାକିସ୍ତାନକୁ...

ଓ୍ବାନ ନେଶନ ଓ୍ବାନ ଇଲେକଶନକୁ ମୋଦି କ୍ୟାବିନେଟରେ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୧୮।୯: ଓ୍ବାନ ନେଶନ ଓ୍ବାନ ଇଲେକଶନର ଅର୍ଥ ହେଉଛି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ। ଏହା ଏବେ ମୋଦି କ୍ୟାବିନେଟର ଅନୁମୋଦନ ଲାଭ କରିଛି। ବୁଧବାର (ସେପ୍ଟେମ୍ବର...

ମହିଳାଙ୍କୁ ପ୍ରତି ମାସରେ ୨ ହଜାର ଟଙ୍କା…, ଗରିବଙ୍କୁ ୧୦୦ ଗଜ ଜମି, ଜାଣନ୍ତୁ ଆଉ କ’ଣ ରହିଛି କଂଗ୍ରେସର ଘୋଷଣାପତ୍ରରେ

ଚଣ୍ଡିଗଡ଼,୧୮।୯: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବୁଧବାର ଦିଲ୍ଲୀର ଏଆଇସିସି ମୁଖ୍ୟାଳୟରେ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଦଳର ଗ୍ୟାରେଣ୍ଟି ଘୋଷଣା କରିଛନ୍ତି। ଏହି ଅବସରରେ...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri