Categories: ଜାତୀୟ

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା ରହିବ ନାହିଁ । ସମସ୍ତଙ୍କୁ ମିଳିବ କନଫର୍ମ ଟିକେଟ। ଏମିତି ବ୍ୟବସ୍ଥା କରୁଛନ୍ତି କେନ୍ଦ୍ର ସରକାର । ଏନେଇ ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଆଗାମୀ ୫ ବର୍ଷରେ ଭିତରେ ସରକାର ଏପରି ବ୍ୟବସ୍ଥା କରିଛନ୍ତି ଯେଉଁଥିରେ, ଯାତ୍ରୀ ଆବେଦନ କରିବା କ୍ଷଣି କନଫର୍ମ ଟିକେଟ ପାଇ ପାରିବେ । ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରତିଶ୍ରୁତି ଦେଇଥିବା ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।

Share