ନୂଆ ସରକାରଙ୍କ ବଡ଼ ଘୋଷଣା:ନିର୍ମାଣ ହେବ ଓଡ଼ିଆ ଅସ୍ମିତା ଭବନ

ଭୁବନେଶ୍ୱର, ୧୮।୬ (ବନ୍ଦନା ସେଠୀ):ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୋମବାର ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଲୋକସେବା ଭବନସ୍ଥିତ ବିଭାଗର ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବିଭାଗୀୟ କମିଶନର ତଥା ଶାସନ ସଚିବ ଶାଲିନ ପଣ୍ଡିତ, ନିର୍ଦ୍ଦେଶକ ଦିଲୀପ ରାଉତରାଏ, ସ୍ବତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ପ୍ରମୁଖ ପୁଷ୍ପଗୁଚ୍ଛ ଦେଇ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଇଥିଲେ। ଏହି ବିଭାଗ ଓଡ଼ିଆ ଅସ୍ମିତାର ସୁରକ୍ଷା ଦିଗରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଥିବାରୁ ଏହାର କାର୍ଯ୍ୟଧାରା ଓଡିଶାବାସୀଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ଅନୁଭୂତି ଆଣିଦେବ ବୋଲି ମନ୍ତ୍ରୀ ପ୍ରକାଶ କରିଥିଲେ। ଏଥିସହ ବିଭିନ୍ନ ସରକାରୀ ଅନୁଷ୍ଠାନ ଓ ବାଣିଜି୍ୟକ ପ୍ରତିଷ୍ଠାନଗୁଡିକରେ ଓଡ଼ିଆରେ ନାମ ଫଳକ ଲେଖା ପଦକ୍ଷେପକୁ ତ୍ୱରାନ୍ବିତ କରିବାକୁ ସେ ପରାମର୍ଶ ଦେଇଥିଲେ। ଭାଷା କମିଶନ ପ୍ରତିଷ୍ଠା, ସଂସ୍କୃତି ଓ ଐତିହ୍ୟ ନୀତି ସ୍ବତନ୍ତ୍ର ମାର୍ଗଦର୍ଶିକା ପ୍ରଣୟନ, ସାହିତ୍ୟ ଏକାଡେମୀର ବାକି ଥିବା ପୁରସ୍କାର ପ୍ରଦାନ ଏବଂ ବିଭିନ୍ନ ଏକାଡେମୀର କାର୍ଯ୍ୟନିର୍ବାହୀ କମିଟି ଗଠନ ନିମନ୍ତେ ପଦକ୍ଷେପ ନେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏକ ଓଡ଼ିଆ ଅସ୍ମିତା ଭବନ ନିର୍ମାଣ ପାଇଁ ମଧ୍ୟ ପଦକ୍ଷେପ ନେବାକୁ କହିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାର ହିତାଧିକାରୀ ଓ ବର୍ତ୍ତମାନ ଜୀବିତ ଥିବା ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟତା ରାଶି ସମୟାନୁଯାୟୀ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଏହାବାଦ୍‌ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମକୁ ନେଇ ଆସନ୍ତା ଶହେ ଦିନରେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟ ସରକାରଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗର ସମସ୍ତ ଯୋଜନା ଓ କାର୍ଯ୍ୟକ୍ରମ ଜନସାଧାରଣଙ୍କ ନିକଟରେ ପହଞ୍ଚାଇ ଲୋକମାନେ କିପରି ସର୍ବୋତ୍କୃଷ୍ଟ ସୁଫଳ ପାଇପାରିବେ ସେଥିପାଇଁ ଯତ୍ନବାନ ହେବାକୁ ମନ୍ତ୍ରୀ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ବୈଠକରେ ବିଭାଗର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ, ବିଭାଗ ଅଧୀନ ବିଭିନ୍ନ ଅନୁଷ୍ଠାନର ଅଧିକାରୀ ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri