ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। । ଚଳିତ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ରହିଛି । ବଜେଟରେ ଖାଲି ପଡିଥିବା ଦେଢ ଲକ୍ଷ ମୂଳ ସରକାରୀ ପଦବୀକୁ ଆଗାମୀ ୫ ବର୍ଷ ମଧ୍ୟରେ ନିରପେକ୍ଷ ଓ ସ୍ବଚ୍ଛତାର ସହିତ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି । ଏଥି ମଧ୍ୟରୁ ପ୍ରଥମ ୨ ବର୍ଷରେ ୬୫ ହଜାର ପଦବୀ ପୂରଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଚଳିତ ବଜେଟରେ ୨୦୨୩-୨୪ ତୁଳନାରେ ୧୫% ଅଧିକ ରହିଛି। ବଜେଟ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ପ୍ରଧାନମନ୍ତ୍ରୀ ୪ଟି ବର୍ଗକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି।ଗରିବ, ମହିଳା, ଯୁବବର୍ଗ ଓ ଚାଷୀଙ୍କୁ ପ୍ରାଧାନ୍ୟ ଦେଇଛନ୍ତି। ସାମଗ୍ରିକ ବିକାଶ ପ୍ରତି ଆମର ସଂକଳ୍ପ ଯୋଗୁ ଓଡ଼ିଶାବାସୀ ଆସ୍ଥା ପ୍ରକଟ କରିଛନ୍ତି।