ଚିତ୍ରକୋଣ୍ଡା ବ୍ଲକରେ ନିର୍ମାଣ ହେବ ୩ଟି ବୃହତ ସେତୁ

ଭୁବନେଶ୍ୱର,୨୧ା୮(ଅନିଲଦାସ)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକରେ ୩ଟି ବୃହତ ସେତୁ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହାକୁ ଅନୁମୋଦନ କରିଛନ୍ତି। ଏଥିପାଇଁ ୧୦୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହାଦ୍ବାରା ସ୍ବାଭିମାନ ଅଞ୍ଚଳର ୩୭ ହଜାର ଲୋକ ଉପକୃତ ହେବେ। ଏହି ସେତୁ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।

Share