ରାଜ୍ୟ ପାଇଁ ବଡ଼ ଖୁସିଖବର: ଏଣିକି ଚାଲିବ ୩ ନୂଆ

ଭୁବନେଶ୍ୱର,୧୧।୯(ଅନିଲ ଦାସ): ପୂର୍ବତଟ ରେଲଓ୍ବେର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ମଙ୍ଗଳବାର ବିଧାନସଭା କାର୍ଯ୍ୟାଳୟରେ ରେଳ ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ୍‌ ଶୁଭାରମ୍ଭ ସମାରୋହରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ଏଥିନିମନ୍ତେ ସ୍ବତନ୍ତ୍ର ନିମନ୍ତ୍ରଣ ପତ୍ର ଓ ଚିଠି ମାଧ୍ୟମରେ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଚଳିତ ମାସ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶରେ ୧୦ଟି ନୂତନ ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରାଯିବ। ସେଥିରୁ ଓଡ଼ିଶା ମଧ୍ୟରେ ୩ଟି ଟ୍ରେନ୍‌ ଚଳାଚଳ କରିବ। ଏହି ଟ୍ରେନ୍‌ଗୁଡ଼ିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ, ରାଉରକେଲା-ହାଓଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ। ରେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେଶନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ରେଳମନ୍ତ୍ରୀ ବୈଷ୍ଣବଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ଓଡ଼ିଶା ମଧ୍ୟରେ ୩ଟି ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳ କରୁଛି। ଆଉ ନୂତନ ୩ଟି ଟ୍ରେନ୍‌ ମିଶିଲେ ସମୁଦାୟ ୬ଟି ବନ୍ଦେ ଭାରତ ଟ୍ରେନ୍‌ ଓଡ଼ିଶାବାସୀଙ୍କୁ ସେବା ଯୋଗାଇବ। ଚଳିତବର୍ଷ ବଜେଟରେ ଓଡ଼ିଶା ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରେକର୍ଡ ୧୦,୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪,୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri