Posted inଜାତୀୟ

ବଡ଼ ରାଜନୈତିକ ହଲଚଲ, ମୋଦିଙ୍କୁ ଭେଟିଲେ ଶାହା: ଚାଲିଛି ଭାଜପାର ମନ୍ଥନ

ନୂଆଦିଲ୍ଲୀ,୧୭।୭: ଉତ୍ତରପ୍ରଦେଶର ରାଜନୈତିକ ପରିସ୍ଥିତିକୁ ନେଇ ରାଜଧାନୀ ଲକ୍ଷ୍ନୌରୁ ଦେଶର ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ଭାଜପାର ମନ୍ଥନ ଚାଲିଛି। ଉତ୍ତରପ୍ରଦେଶ ଭାଜପା ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହାର କିଛି ସମୟ ପରେ ଅମିତ ଶାହା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାକୁ ଯାଇଛନ୍ତି। ୟୁପି ନିର୍ବାଚନ ସମ୍ପର୍କରେ ଏହି ମନ୍ଥନ ଚାଲିଥିବା କୁହାଯାଉଛି। ଗୁରୁବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପା ମୁଖ୍ୟାଳୟ ଯିବେ ବୋଲି ମଧ୍ୟ ସୂଚନା ମିଳିଛି। ଏଠାରେ ସେ ଦଳୀୟ କର୍ମୀଙ୍କୁ ଭେଟିବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ ସମୟରେ ଭୁପେନ୍ଦ୍ର ଚୌଧୁରୀ ଲୋକ ସଭା ନିର୍ବାଚନରେ ଦଳର ପ୍ରଦର୍ଶନ ସହ ଜଡିତ ତଥ୍ୟ ସମ୍ପର୍କରେ ସୂଚନା ଦେଇଛନ୍ତି। ଏହାର ଗୋଟିଏ ଦିନ ପୂର୍ବରୁ ଭୁପେନ୍ଦ୍ର ଚୌଧୁରୀ ମଧ୍ୟ ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡାଙ୍କୁ ଭେଟି ରାଜ୍ୟର ରାଜନୈତିକ ସ୍ଥିତି, ସଂଗଠନର ଅବସ୍ଥା ଏବଂ ଫଳାଫଳ ସହ ଜଡିତ ତଥ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମଧ୍ୟ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟିଛନ୍ତି।
ଉତ୍ତରପ୍ରଦେଶ ରାଜନୀତିରେ ହଲଚଲ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କଠାରୁ କେଶବ ପ୍ରସାଦ ମୌର୍ଯ୍ୟ ପର୍ଯ୍ୟନ୍ତ ସେମାନେ ସକ୍ରିୟ ଥିବା ଜଣାପଡିଛି। ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀ ବେନ ପଟେଲଙ୍କୁ ଯୋଗୀ ଆଦିତ୍ୟନାଥ ରାଜ ଭବନରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଏହି ସାକ୍ଷାତ ଏକ ସୌଜନ୍ୟମୂଳକ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ ଖାଲରୁ ବୃଦ୍ଧଙ୍କ ମୃତଦେହ ମିଳିବା ଘଟଣା: ଧକ୍କା ଦେଇଥିବା ଟ୍ରକ ଜବତ ଚାଳକ ….

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ମୃତଦେହ ଶୁକ୍ରବାର ରାସ୍ତାକଡ ଖାଲରୁ ମିଳିଥିଲା। ଦୁର୍ଘଟଣାରେ...

ସିଡିଓଙ୍କ ସମୀକ୍ଷା: ଯୋଗ୍ୟ ହିତାଧିକାରୀ ପିଏମଏୱାଇରୁ ବାଦ ପଡିିଲେ କାର୍ଯ୍ୟନୁଷ୍ଠାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ( ସିଡିଓ) ମଧୁସ୍ମିତା ସୋମବାର ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା...

ଟାଇକୋଣ୍ଡା ଏକାଡେମୀର ବାର୍ଷିକ ଉତ୍ସବ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗର ଆର୍‌.ଏମ.ସି. ସଭାକକ୍ଷରେ ଭଞ୍ଜନଗର ଟାଇକୋଣ୍ଡା ଏକା କଲର ବେଲ୍ଟ ଟେଷ୍ଟ ଓ ୫ମ ବାର୍ଷିକ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ...

ଆହତ ହେଲପରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ବିଦ୍ୟୁତ ସଂଘ ପକ୍ଷରୁ କ୍ଷତିପୂରଣ ଦାବି

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବେଲଗୁଣ୍ଠା ଟାଟା ପାୱାର ବିଦ୍ୟୁତ ସେକ୍ସନ ରେ ଏଜେନ୍ସି ମାଧ୍ୟମରେ କାର୍ଯ୍ୟରତ ଥିବା ହେଲପର ବଳରାମ ସାହୁ ଗତ ୧୧ ତାରିଖରେ...

ଯୌତୁକ ଦାବି କରିବା ପଡିଲା ମହଙ୍ଗା: ୩ ଅଭିଯୁକ୍ତ ଦୋଷୀ, ନଜରରେ ରହିବେ ବର୍ଷେ

ଛତ୍ରପୁର,୨୧ା୪(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ରେ ଘଟିଥିବା ଏକ ଯୌତୁକ ନିର୍ଯାତନା ମାମଲାର ଶୁଣାଣି ହୋଇଛି। ସୋମବାର ଛତ୍ରପୁର...

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ: ପୋଲିସ ତଦନ୍ତ ଜାରି

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ – ଭେଡେନ କେନାଲରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ବରଗଡ଼ ସହରର ସୁବାସ ନଗର...

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image