Posted inଖେଳ

କ୍ରିକେଟ୍‌ ମହାକୁମ୍ଭ ପୂର୍ବରୁ ବଡ଼ ଭବିଷ୍ୟବାଣୀ: ଏହି ୨ ଦଳ ମଧ୍ୟରେ ହେବ ବିଶ୍ୱକପ୍‌ ଫାଇନାଲ୍‌

ସିଡନୀ,୧୦।୯: ଅକ୍ଟୋବର ୨ ତାରିଖରୁ ଭାରତୀୟ ମାଟିରେ ବିଶ୍ୱକପ ଆୟୋଜିତ ହେବ। ଏହି ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ ୧୯ ନଭେମ୍ବରରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ୧୨ ବର୍ଷ ପରେ ବିଶ୍ୱକପ ଜିତିବାରେ ସଫଳ ହେବ ବୋଲି ଭାରତୀୟ ପ୍ରଶଂସକମାନେ ଆଶା କରୁଛନ୍ତି। କିନ୍ତୁ ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମିଚେଲ ମାର୍ଶ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ମିଚେଲ ମାର୍ଶ ବିଶ୍ୱାସ କରନ୍ତି ଯେ, ଭାରତୀୟ ଦଳ ବିଶ୍ୱକପ ଫାଇନାଲରେ ପ୍ରବେଶ କରିପାରିବ ନାହିଁ।
ଏକ ସାକ୍ଷାତକାରରେ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନ କହିଛନ୍ତି ଯେ ଭାରତ, ପାକିସ୍ଥାନ ଏବଂ ଇଂଲଣ୍ଡ ମଧ୍ୟରେ କେଉଁ ଦଳ ଫାଇନାଲରେ ଜିତିବ? ମିଚେଲ ମାର୍ଶ ମାଇକେଲ ଭନଙ୍କ ପ୍ରଶ୍ନର ଏକ ମଜାଦାର ଉତ୍ତର ଦେଇଥିଲେ। ମିଚେଲ ମାର୍ଶ କହିଛନ୍ତି ଯେ, ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ଦଳ ଖେଳିବ। ଏଥି ସହିତ ବାବର ଆଜମଙ୍କ ନେତୃତ୍ୱରେ ପାକିସ୍ତାନ ଦଳ ଅଷ୍ଟ୍ରେଲିଆ ବିପକ୍ଷ ଫାଇନାଲରେ ପ୍ରବେଶ କରିବ। ବିଶ୍ୱକପ୍ର ଫାଇନାଲ ମ୍ୟାଚ ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ ବୋଲି ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଭବିଷ୍ୟବାଣୀ କରିଛନ୍ତି।
ସୂଚନାଯୋଗ୍ୟ ଯେ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ ୨ ଅକ୍ଟୋବରରେ ଖେଳାଯିବ। ଏଥି ସହିତ ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ ସହିତ ବିଶ୍ୱକପ ଅଭିଯାନ ଆରମ୍ଭ କରିବ। ଅକ୍ଟୋବର ୮ରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ ଚେନ୍ନାଇରେ ଖେଳାଯିବ। ଅକ୍ଟୋବର ୧୪ରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri