Categories: ଜାତୀୟ

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। କେବଳ ଏତିକି ନୁହେଁ, ନାମ ପ୍ରତ୍ୟାହାର କରିବା ପରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ସମର୍ଥନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ନିର୍ବାଚନ ପୂର୍ବରୁ ଉଦ୍ଧବ ଠାକରେଙ୍କ ପାଇଁ ଏହା ଏକ ବଡ ଝଟକା।

ସମ୍ଭାଜିନଗର ସେଣ୍ଟ୍ରାଲରୁ କିଶନଚାନ୍ଦ ତନୱାନୀ ତାଙ୍କ ନାମ ପ୍ରତ୍ୟାହାର କରିବା ପରେ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି, ଏଥର ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଏମଭିଏ ଏକ ବଡ଼ ବ୍ୟବଧାନରେ ହାରିଯିବ।

ନାମାଙ୍କନପତ୍ର ଦାଖଲ ପାଇଁ ମାତ୍ର ଗୋଟିଏ ଦିନ ବାକି ଥିବାବେଳେ ଏକ ସାମ୍ବାଦିକ ସମ୍ମିଳନୀରେ କିଶନଚାନ୍ଦ ତନୱାନି ତାଙ୍କ ନାମ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିଲେ। ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ଅକ୍ଟୋବର ୨୯ରେ ଶେଷ ହେବ।

Share