ମୁନାଓ୍ବର ଫାରୁକି ବିଗ୍‌ ବସ୍‌ ବିଜେତା

ମୁମ୍ବାଇ,୨୯।୧: ରିଅଲିଟି ଶୋ’ ବିଗ୍‌ ବସ୍‌ ୧୭ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ରବିବାର ରାତିରେ ଶେଷ ହୋଇଛି। ପ୍ରତିଦ୍ୱନ୍ଦ୍ୱୀ ତଥା ରନର୍ସ ଅପ୍‌ ଅଭିଷେକ କୁମାରଙ୍କୁ ପଛରେ ପକାଇ ମୁନାଓ୍ବର ଫାରୁକି ବିଗ୍‌ ବସ୍‌-୧୭ ବିଜୟୀ ଘୋଷିତ ହୋଇଛନ୍ତି। ୩୨ ବର୍ଷୀୟ ମୁନାଓ୍ବରଙ୍କୁ ଟ୍ରଫି ସମେତ ପୁରସ୍କାର ସ୍ବରୂପ ନଗଦ ୫୦ ଲକ୍ଷ ଟଙ୍କା ଏବଂ ଏକ ହ୍ୟୁଣ୍ଡାଇ କ୍ରେଟା କାର୍‌ ମିଳିଛି। ବିବାଦୀୟ ରିଅଲିଟି ଶୋ’ର ଗ୍ରାଣ୍ଡ ଫିନାଲେର ବିଜୟ ଘୋଷଣା ସମୟକୁ ସମସ୍ତେ ଅପେକ୍ଷା କରି ରହିଥିତ୍ବାବେଳେ ଶେଷରେ ସେହି ମୁହୂର୍ତ୍ତ ଉପନୀତ ହୋଇଥିଲା। ଶୋ’ର ହୋଷ୍ଟ ତଥା ସୁପରଷ୍ଟାର ସଲମାନ ଖାନ୍‌ ଷ୍ଟାଣ୍ଡଅପ୍‌ କମେଡିଆନ୍‌ ମୁନାଓ୍ବର ଫାରୁକିଙ୍କୁ ବିଜୟୀ ଘୋଷଣା କରିଥିଲେ। ଅନ୍ୟ ଫିନାଲେ ପ୍ରତିଯୋଗୀମାନେ ହେଲେ ଅଙ୍କିତା ଲୋଖାଣ୍ଡେ, ମନ୍ନାରା ଚୋପ୍ରା ଓ ଅରୁଣ ମଶେଟ୍ଟି।

୧୯୯୨ ଜାନୁଆରୀ ୨୮ରେ ଗୁଜରାଟର ଜୁନାଗଡ଼ରେ ଏକ ମୁସଲିମ୍‌ ପରିବାରରେ ଜନ୍ମିତ ମୁନାଓ୍ବରଙ୍କର ଅଭିନୟ ପ୍ରତି ପିଲାବେଳୁ ଦୁର୍ବଳତା ରହିଥିଲା। ପରିବାରର ଆର୍ଥତ୍କ ସ୍ଥିତି ଭଲ ନ ଥିବାରୁ ସେ ପଞ୍ଚମରୁ ପଢ଼ା ଛାଡ଼ିଦେଇଥିଲେ। ୧୪ ବର୍ଷ ବୟସରେ ମା’ଙ୍କୁ ହରାଇବା ପରେ ମୁମ୍ବାଇ ଯାଇ କ୍ୟାରିୟର ପାଇଁ ସଂଘର୍ଷ କରିଥିଲେ। ହାସ୍ୟାଭିନେତା ଭାବେ କେତେକ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ସୁନାମ ଅର୍ଜନ କରିଥିଲେ। ୩୨ତମ ଜନ୍ମଦିନରେ ବିଗ୍‌ ବସ୍‌ ମୁକୁଟ ତାଙ୍କ ପାଇଁ ସର୍ବୋତ୍ତମ ବାର୍ଥ ଡେ’ ଗିଫ୍ଟ ସଦୃଶ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri