ଅଯୋଗ୍ୟ ସୁଭଦ୍ରା ହିତାଧୀକାରୀଙ୍କ ପାଇଁ ବଡ଼ ଖବର, ଉପମୁଖ୍ୟମନ୍ତ୍ରୀ କହିଲେ…

Featured Video Play Icon

ସୁଭଦ୍ରା ଯୋଜନା ପାଇଁ ପ୍ରସ୍ତୁତ ହେବ ନୂଆ ଗାଇଡ୍‌ଲାଇନ। ଆବେଦନ କରି କଟିଯାଇଥିବା ହିତାଧିକାରୀ ଏହି ଯୋଜନାରେ ପୁଣି ସାମିଲ ହେବେ । କେଉଁ ଆଧାରରେ କଟାଗଲା ସେ ସବୁର ପରୀକ୍ଷାନିରୀକ୍ଷା କରାଯିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି । ପ୍ରଥମ କିସ୍ତିର ୨ଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିସାରିଥିବା ବେଳେ ତୃତୀୟ ପର୍ଯ୍ୟାୟ ଟଙ୍କା ଦେବା ପୂର୍ବରୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।

ବର୍ତ୍ତମାନ ୧ କୋଟିରୁ ଅଧିକ ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ବେଳେ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଥିବା ଜଣାପଡ଼ିଛି। ସେମାନେ କିଭଳି ସୁଭଦ୍ରା ଯୋଜନାରେ ସାମିଲ ହେବେ ସେନେଇ ତର୍ଜମା କରାଯାଉଛି। ଯୋଗ୍ୟତା ଥାଇ ଆବେଦନ କରି ଯେଉଁମାନେ କଟି ଯାଇଛନ୍ତି, କେଉଁ ଆଧାରରେ ସେମାନେ କଟିଛନ୍ତି, ତା’ର ତର୍ଜମା ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ୨ଟି ପର୍ଯ୍ୟାୟରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ହିତାଧିକାରୀ ଟଙ୍କା ପାଇଛନ୍ତି। ସେହିପରି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ଏପରି ସମୟରେ ଅନେକ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବା ଆଶାରେ ଆବେଦନ କରିଛନ୍ତି। ସେହିପରି ରାଜ୍ୟରେ ୭୩ ହଜାରରୁ ଅଧିକ ଅଙ୍ଗନଓାଡି କାର୍ଯ୍ୟରତ ରହିଛନ୍ତି। ସେମାନଙ୍କୁ ମଧ୍ୟ ସୁଭଦ୍ରା ଯୋଜନାରେ ସାମିଲ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri