ଭୁବନେଶ୍ୱର,୩।୫(ବ୍ୟୁରୋ): ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଏହି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ନବୀନଙ୍କୁ ଭେଟି ସେ ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ଆଲୋଚନା କରିବାର ସମ୍ଭାବନା ରହିଛି। ହେଲେ ଏନେଇ ଅଫିସିଆଲ ଘୋଷଣା ହୋଇନାହିଁ।
ବିରୋଧୀ ଦଳଙ୍କୁ ଏକଜୁଟ କରିବାକୁ ଲାଗିଛନ୍ତି ନୀତୀଶ କୁମାର। ନିକଟରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବ, କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ।