୨୬ ଦିନରେ ଗଲା ୩୭ଜଣଙ୍କ ଜୀବନ: ପଦାରେ ପଡ଼ିଲା ପ୍ରଶାସନର ଅବ୍ୟବସ୍ଥା

ମୁଜଫରପୁର,୧୯।୫: ବିହାରରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଥିବା ବେଳେ ଏବେ ଏହାର ପ୍ରଭାବ ଗ୍ରାମାଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟ ଗ୍ରାମାଞ୍ଚଳର ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଅବସ୍ଥା ନ କହିଲେ ଭଲ। ଏଭଳି ସ୍ଥିତିରେ କିଭଳି ସେଠାରେ କରୋନା ଚିକିତ୍ସା ହୋଇପାରିବ ତାହା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ମୁଜଫରପୁର ଜିଲାର ସରମସପୁର ପଞ୍ଚାୟତରେ ଗତ ୨୬ ଦିନରେ ୩୭ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଲଗାତାର ଭାବେ ଲୋକଙ୍କ ମୃତ୍ୟୁ ହୋବରୁ ଗାଁରେ ଭୟର ବାତାବରଣ ଖେଳିଯାଇଛି। ସୂଚନା ମୁତାବକ ସରମସପୁର ପଞ୍ଚାୟତରେ ମାସକ ଅନ୍ତରାଳରେ ପାଖାପାଖି ୩୭ଜଣଙ୍କ ଜୀବନ ହାନି ଘଟିଥିବା ବେଳେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରୁ ନାହାନ୍ତି। ଏନେଇ ଗାଁଲୋକଙ୍କୁ ପଚାରିଯିବାରୁ ସେ କହିଛନ୍ତି, ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଅନେକ ଲୋକଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯାଇଥିଲା। କିନ୍ତୁ କେହି ନିଜର ଯାଞ୍ଚ କରାଇ ନ ଥିଲେ। ଅନ୍ୟପଟେ ଗାଁରେ ଲୋକଙ୍କ ଯାଞ୍ଚ ସୁବିଧା ମଧ୍ୟ ନାହିଁ। ଏନେଇ ପ୍ରଶାସନକୁ ଅବଗତ କରାଇବାରୁ ସେ ଯାଞ୍ଚ କିଟ୍‌ ନାହିଁ ବୋଲି କହିଥିଲେ। ତେବେ ପ୍ରଶାସନର ଉଦାସୀନତା ଯୋଗୁ ଲୋକଙ୍କ ଟେଷ୍ଟ ଓ ଚିକିତ୍ସା ହୋଇପାରୁନି ବୋଲି ଉକ୍ତ ପଞ୍ଚାୟତର ସରପଞ୍ଚ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri