କଂଗ୍ରେସ ଛାଡ଼ିଲେ ବିଜୟ ପଟ୍ଟନାୟକ, କହିଲେ-‘ଦଳରେ ମୋ ପ୍ରେଷ୍ଟିଜ୍ ନାହିଁ’

ନୂଆଦିଲ୍ଲୀ,୧୬।୮: କଂଗ୍ରେସ ଛାଡ଼ିଛନ୍ତି ଦଳର ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ। ମେଲ୍‌ ଯୋଗେ ତାଙ୍କର ଇସ୍ତଫା ପତ୍ରକୁ ସେ AICCକୁ ପଠାଇଛନ୍ତି। ଗତ ସାଧାରଣ ନିର୍ବାଚନରେ ସେ ଗଜପତି ପାରଳାଖେମୁଣ୍ଡିରୁ ନିର୍ବାଚନ ଲଢ଼ିଥିଲେ। ନିର୍ବାଚନ ପୂର୍ବରୁ ବିଜୟଙ୍କୁ ପ୍ରଥମେ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା। ପରେ ତାଙ୍କୁ ଏହି ଦାୟିତ୍ୱରୁ କାଢି ଦିଆଯାଇଥିଲା।

କଂଗ୍ରେସରୁ ଇସ୍ତଫା ଦେବା ପରେ ବିଜୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଦଳରେ ମୋର କୌଣସି ପ୍ରେଷ୍ଟିଜ୍ ନାହିଁ। ଏପରିକି ଦଳରେ ମୋର କୌଣସି ସ୍ଥାନ ନାହିଁ। ଏଣୁ ମୁଁ ଅନୁଭବ କଲି ଦଳପାଇଁ ମୁଁ ବ୍ୟବହାରଯୋଗ୍ୟ ନୁହେଁ ତେଣୁ ଇସ୍ତଫା ଦେଉଛି।

ଏଥିସହିତ ସେ ଅନ୍ୟ କୌଣସି ଦଳରେ ଯୋଗ ଦେବେ ସମ୍ପର୍କରେ ମଧ୍ୟ ସ୍ପଷ୍ଟ କରିଛନ୍ତି। ”ଅନ୍ୟ କୌଣସି ଦଳକୁ ଯିବାର ନାହିଁ, ଲୋକଙ୍କ ପାଖକୁ ଯିବି। ଲୋକଙ୍କ ପାଖକୁ ଯାଇ ଲୋକଙ୍କ ସେବା କରିବାର ଅଛି। ”

ଗତବର୍ଷ ଫେବ୍ରୁଆରି ୧୦ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଥିଲେ। ଏହି ସମୟରେ କଂଗ୍ରେସର ସାଂଗଠନିକ ସଂପାଦକ କେ.ସି ଭେନୁଗୋପାଳ, ଏଆଇସିସି ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର, ତତ୍‌କାଳୀନ ପିସିସି ସଭାପତି ପଟ୍ଟନାୟକ ଶରତ ପଟ୍ଟନାୟକ ଓ ବରିଷ୍ଠ କଂଗ୍ରେସ ନେତା ମାନସ ଚୌଧୁରୀ ଉପସ୍ଥିତ ଥିଲେ।

ବିଜୟ ପଟ୍ଟନାୟକ ଏକଦା ୨୦୦୪ରୁ ୨୦୧୦ ପର୍ଯ୍ୟନ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ଥିଲେ। ପରେ ୨୦୧୦ ସେପ୍ଟେମ୍ବରରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ବ ଗ୍ରହଣ କରିଥିଲେ ଏବଂ ୨୦୧୩ ପର୍ଯ୍ୟନ୍ତ ଏହି ପଦରେ ରହିଥିଲେ। ଏହାପରେ ସେ ଓଡ଼ିଶା ମାନବଧିକାର କମିସନର ସଦସ୍ୟ ଏବଂ ବେଦନ୍ତା ବିଶ୍ବବିଦ୍ୟାଳୟ ପ୍ରକଳ୍ପର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri