ବିଧାନସଭାରେ ବିଜୁ ଜୟନ୍ତୀ

ଭୁବନେଶ୍ୱର, ୬ା୩(ବ୍ୟୁରୋ): ଓଡ଼ିଶା ବିଧାନସଭା ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବିଧାୟକ ଅରବିନ୍ଦ ଢାଲି, ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ଉତ୍କଳ ସମ୍ମିଳନୀ ସଭାପତି ଅଦ୍ୱୈତ କୁମାର ପାତ୍ର, ସାଧାରଣ
ସମ୍ପାଦକ ଅନନ୍ତ ପ୍ରସାଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସାଂସ୍କୃତିକ ଅନୁଷ୍ଠାନ ‘ଶାଶ୍ୱତ’ର କଣ୍ଠଶିଳ୍ପୀମାନେ ସଙ୍ଗୀତ ପରିବେଷଣ କରିଥିଲେ।

Share