ସବୁ ନିର୍ବାଚନମଣ୍ଡଳୀରେ ପାଳନ ହେଉଛି ‘ବିଜୁ ଜୟନ୍ତୀ’

ଭୁବନେଶ୍ୱର,୫।୩(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏ ଅବସରରେ ପ୍ରତି ନିର୍ବାଚନମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡମ୍ବର ଭାବେ ପାଳନ କରାଯାଉଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ପ୍ରତି ନିର୍ବାଚନମଣ୍ଡଳୀରେ ସାଧାରଣ ସଭା ଆୟୋଜନ କରାଯାଇ ବିଜୁ ବାବୁଙ୍କ ନୀତି ଓ ଆଦର୍ଶରେ ପରିଚାଳିତ ବିଜେଡିର ସଫଳ ଯାତ୍ରା ସମ୍ପର୍କରେ ଆଲୋଚନା କରାଯାଉଛି । ପ୍ରଶାସନକୁ ସ୍ବଚ୍ଛ କରିବାକୁ ୫-ଟି ଓ ମୋ ସରକାର ଭଳି ବିକାଶମୂଳକ କାର୍ଯ୍ୟ ହାତକୁ ନେଇଛନ୍ତି ରାଜ୍ୟ ସରକାର । ଏଣୁ ବିଜୁ ବାବୁଙ୍କ ଜନ୍ମ ଦିବସରେ ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

Share