Posted inଖେଳ

ସ୍ବସ୍ତି ସିଂଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର, ୩୦।୮(ତପନ ସ୍ବାଇଁ): କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ତଥା ଜାତୀୟ କ୍ରୀଡ଼ା ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସର୍ବୋଚ୍ଚ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଛନ୍ତି। ତାରକା ମହିଳା ସାଇକ୍ଲିଷ୍ଟ ସ୍ବସ୍ତି ସିଂ ଚଳିତ ବର୍ଷର ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ପୁରସ୍କାର ପାଇଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ୨ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି। ହକି କୋଚ୍‌ ପିଟର ତିର୍କୀ ଓ ପୂର୍ବତନ ଅନ୍ତର୍ଜାତୀୟ ଫୁଟବଲ ଖେଳାଳି ତଥା କୋଚ୍‌ ରାଜେନ୍ଦ୍ର ପ୍ରସାଦ ସିଂ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ଉଭୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଶ୍ରେଷ୍ଠ କୋଚ୍‌ ଏବଂ କ୍ରୀଡ଼ା ଖବରଦାତା ଭାବେ ଯଥାକ୍ରମେ ପ୍ରଦୀପ କୁମାର ଷଡ଼ଙ୍ଗୀ ଓ ଅଜୟ ଦାସ ପୁରସ୍କୃତ ହୋଇଛନ୍ତି। ଉଭୟଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ଦିଆଯାଇଛି। ସ୍ପୋଟର୍‌ସ ପ୍ରମୋଶନ ପାଇଁ ଓଡ଼ିଶା ପୋଲିସକୁ ପୁରସ୍କୃତ କରାଯାଇଛି। ପୋଲିସ ଡିଜି ସୁନୀଲ ବଂଶଲ ଓ ଏଡିଜି ଆର.କେ. ଶର୍ମା ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତ ପୁରସ୍କାର ବିଜେତାଙ୍କୁ ଅଭିନନ୍ଦନ ଜଣାଇବା ସହ କ୍ରୀଡ଼ା ମାନଚିତ୍ରରେ ରାଜ୍ୟକୁ ଆଗେଇ ନେଉଥିବା ଆଥ୍‌ଲେଟ, କୋଚ୍‌ ଓ ବ୍ୟକ୍ତି ବିଶେଷଙ୍କ ଉତ୍ସର୍ଗୀକୃତ ମନୋଭାବ ପ୍ରତି କୃତଜ୍ଞତା ଜଣାଇଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ଅବସରରେ ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ଦୀପ୍‌ ରଞ୍ଜନ ବିଷୋୟୀ ପାରା ସ୍ପୋଟର୍‌ସ ପର୍ସନ ଅଫ୍‌ ଦି ଇୟର ଭାବେ ପୁରସ୍କୃତ ହୋଇଥିଲେ। ସେହିପରି ସବିତା ଟପ୍ପୋ ଶ୍ରେଷ୍ଠ ଉଦୀୟମାନ ଖେଳାଳି ବିବେଚିତ ହୋଇଥିଲେ। ସମସ୍ତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ସ୍ପୋର୍ଟିଂ ଇକୋ ସିଷ୍ଟମ୍‌ରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିବା ବ୍ରିଗେଡିୟର ବିଭୁ ଭୂଷଣ ନାୟକଙ୍କୁ ମଧ୍ୟ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। ସାହସିକତା ପାଇଁ ସ୍ବର୍ଗତ ସରୋଜ କୁମାର ଦାସ ଓ ସୁଦର୍ଶନ ସ୍ବାଇଁଙ୍କୁ ସମ୍ମାନିତ କରାଯାଇଛି। ସେମାନଙ୍କ ପରିବାରବର୍ଗ ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିଥିଲେ। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ ପୂର୍ବରୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ହକି ପ୍ରମୋଶନ କାଉନ୍‌ସିଲ ଅଧ୍ୟକ୍ଷ ଦିଲୀପ ତିର୍କୀ, କ୍ରୀଡ଼ା ସଚିବ ଆର୍‌. ଭିନିଲ କ୍ରିଷ୍ଣା, ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ କ୍ରୀଡ଼ାରେ ଉତ୍କର୍ଷ ପ୍ରତିପାଦନ କରିଥିବା ୩୮୮ ଆଥ୍‌ଲେଟଙ୍କୁ ୨,୦୨,୩୦,୦୦୦ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ। ଉତ୍ସବରେ ଅନେକ କ୍ରୀଡ଼ାବିତ୍‌, କ୍ରୀଡ଼ା ଖବରଦାତା, ଯୁବ ଖେଳାଳି ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ଅଧିକାରୀଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri