ପୈତୃକ ଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ତେଣୁ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କ ପୈତୃକ ବାସଭବନରେ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଜୁ ବାବୁଙ୍କ ପୁତୁରା ପ୍ରମୋଦ ପଟ୍ଟନାୟକ ତାଙ୍କ ଘରେ ଶ୍ରାଦ୍ଧ ଦିବସ ପାଳିଛନ୍ତି ବୋଲି ଏଠାରେ ସୂଚନା ଦେଇଛନ୍ତି। ଏଥିସହ ଭଞ୍ଜନଗର ଏନ ଏ ସି, ବାଉଁଶଲୁଣ୍ଡି ବିଜୁ ସ୍ମୃତି ସଂସଦ ପକ୍ଷରୁ ମଧ୍ୟ ଆଜି ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି।

ଏନ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ରଙ୍କ ନେତୃତ୍ୱରେ ଉପାଧକ୍ଷା , କାଉନସିଲର ଏବଂ ଅନ୍ୟମାନେ ସହରର ଥାନା ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଏଥିସହ ସହରର ବିଭିନ୍ନ ସ୍ଥାନରେ ଥିବା ଅନ୍ୟାନ୍ୟ ମହାପୁରୁଷ ମାନକ ପ୍ରତିମୂର୍ତ୍ତିରେ ମଧ୍ୟ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ସେହିଭଳ ବାଉଁଶଲୁଣ୍ଡି ବାଇପାସ ଛକରେ ଥିବା ପ୍ରତିମୂର୍ତ୍ତିରେ ମଧ୍ୟ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ବିଜୁ ସ୍ମୃତି ସଂସଦ ପକ୍ଷରୁ ବାଉଁଶଲୁଣ୍ଡି ଠାରେ ହୋଇଥିବା କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଏଥିରେ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଏନ ଏ ସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଉପାଧକ୍ଷା ଦାସ, ସରକାରୀ ଓକିଲ ଦିବାକର ନାୟକ, ସରପଞ୍ଚ ରଞ୍ଜିତ ଆରୁଖ, ପୂର୍ବତନ ଏନ ଏ ସି ଅଧକ୍ଷ ସୁଧୀର ରଞ୍ଜନ ବେହେରା, ପୁର୍ବତନ ସରପଞ୍ଚ ଲୁଲୁ ପ୍ରଧାନ, ଟୁଟୁ ଜେନା, ନାରାୟଣ ଆରୁଖ, ପୁର୍ବତନ କାଉନସିଲର ଡି ଚେଲପତି ରାଓ, ନୌଷଦ ମହମ୍ମଦ, ମୁଦୁଲିପଲ୍ଲୀ ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ କହିଛନ୍ତି ଯେ ବିଜୁ ବାବୁ ଜଣେ ପୃଥିବୀ ପ୍ରସିଦ୍ଧ ନେତା ଥିଲେ। ତାଙ୍କରି ସମୟରେ ରାଜ୍ୟର ଅନେକ ବିକାଶ ହୋଇଥିଲା। ଏହିଭଳି ଜଣେ ମହାନ ନେତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହେବାପାଇଁ ରାଜେନ୍ଦ୍ର ଆହ୍ବାନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri