ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଲା ଜାତୀୟ ସ୍କଚ ଆୱାର୍ଡ

ଭୁବନେଶ୍ୱର,୧୩।୨: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଛି ଜାତୀୟ ସ୍କଚ ଆୱାର୍ଡ଼ ୨୦୨୩ । ସ୍କଚ ଆୱାର୍ଡ଼ କର୍ତ୍ତୃପକ୍ଷଙ୍କ ଦାରା ନୂଆଦିଲ୍ଲୀ ସ୍ଥିତ ସମ୍ଭିଧାନ କ୍ଲବ ହଲରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ସ୍ବାସ୍ଥ୍ୟସେବା ପ୍ରତିଶ୍ରୁତି ସୋସାଇଟି(ସାସ)ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଡାକ୍ତର ଡି.ବୃନ୍ଦା ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ଶାସନ ସଚିବ ତଥା ତଥା ଯୁଗ୍ମ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶୁଭାନନ୍ଦ ମହାପାତ୍ର ଏହି ପୁରସ୍କାର ଗ୍ରହଣ କରିଛନ୍ତି। ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଯୋଗୁ ବି ଏସ କେ ୱାଇକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

 

Share