ପରଲୋକରେ ବିଜୁବାବୁଙ୍କ ବ୍ୟକ୍ତିଗତ ସଚିବ

ଚୌଦ୍ୱାର,୨୨ା୭(ଡି.ଏନ୍‌.ଏ.): ସ୍ତମ୍ଭକାର ତଥା ବିଜୁବାବୁଙ୍କ ବ୍ୟକ୍ତିଗତ ସଚିବ ଗୌରମୋହନ ଷଡ଼ଙ୍ଗୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ବିଜୁବାବୁ ୧୯୮୫ରୁ ୧୯୯୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିବା ସମୟରେ ସ୍ବର୍ଗତ ଗୌରମୋହନ ତାଙ୍କର ବ୍ୟକ୍ତିଗତ ସଚିବ ଥିଲେ। ଶୁକ୍ରବାର ସକାଳେ ଟାଙ୍ଗୀର ମଦନମୋହନସାହିସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଛି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି।

Share