ବାଇକ୍‌ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ବୌଦ୍ଧ,୧୮ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ବ୍ରାହ୍ମଣଗାଁ ଛକଠାରେ ଶନିବାର ସନ୍ଧ୍ୟାରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି।

ସୂଚନାନୁଯାୟୀ, ତିଳେଶ୍ୱର ପଟରୁ ଭେଜିଗୋରା ଗ୍ରାମର ସୁଧାଂଶୁ ଭୋକ୍ତା(୧୮) ଏବଂ ରାଜନ ଭୋକ୍ତା (୪୦) ଦୁଇଜଣ ଏକ ବାଇକ୍‌ ଯୋଗେ ପୁରୁଣାକଟକ ପଟକୁ ଆସୁଥିବା ସମୟରେ ବ୍ରାହ୍ମଣଗାଁ ଛକଠାରେ ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଦୁଇଜଣଯାକ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ଚାରିଛକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଡାକ୍ତରଖାନା ନେଇଥିଲେ। ଡାକ୍ତର ସେଠାରେ ରାଜନଙ୍କୁ ମୃତ ଘୋଷଣା କରିଥିବା ବେଳେ ସୁଧାଂଶୁଙ୍କୁ ବୌଦ୍ଧ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି। ପୁରୁଣା କଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସହଯୋଗର ହାତ ବଢାଇଲା ପାକିସ୍ତାନର ଖାସ୍‌ ବନ୍ଧୁ: ଶେହବାଜ୍‌ ସରକାରଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୮।୪: ପାକିସ୍ତାନକୁ ଏକ ବଡ଼ ଝଟକା ଲାଗିଛି। ଏହାର ଘନିଷ୍ଠ ବନ୍ଧୁ ଆଜରବାଇଜାନ ଅହମ୍ମଦାବାଦକୁ ସିଧାସଳଖ ବିମାନ ସେବା ଆରମ୍ଭ କରି ଭାରତ ସହିତ ସମ୍ପର୍କକୁ...

ପାରାଦୀପ ଷ୍ଟକ୍‌ୟାର୍ଡ଼ରେ ଭୟଙ୍କର ଅଗ୍ନିକାଣ୍ଡ

ପାରାଦୀପ,୨୮।୪: ପାରାଦୀପ ଜିରୋ ପଏଣ୍ଟରେ ଥିବା ଏକ ଷ୍ଟକ୍‌ୟାର୍ଡରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଷ୍ଟକ୍‌ୟାର୍ଡରେ ଥିବା ପ୍ଲାଷ୍ଟିକ କୋଟେଡ ଆଇରନ୍‌ ପାଇପ୍‌ରେ ନିଆଁ ଲାଗି...

‘ଧନ ଛାଡ଼ି ଜ୍ଞାନ ଅର୍ଜନ କଲେ ସମ୍ମାନ ମିଳିବ’

ଭଞ୍ଜନଗର,୨୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି।...

ପ୍ରଶ୍ନପତ୍ର ବିଭ୍ରାଟରେ ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବନାହିଁ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୨୮ା୪: OPSC/SSC ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି...

ଡିପ୍ରେସନ୍‌ ଦୂର କରେ ଏସବୁ ଖାଦ୍ୟ…

ଶରୀରକୁ ସୁସ୍ଥ ଓ ମଜଭୁତ୍‌ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ଜିଉଛେ, ତାହା ଆମ ଖାଦ୍ୟ...

ଆକ୍ରମଣ ପଛର ଷଡ଼ଯନ୍ତ୍ର ଖୋଜୁଛି ଏନ୍‌ଆଇଏ ଟିମ୍‌

ନୂଆଦିଲ୍ଲୀ,୨୮।୪:ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ) ଅନୁଷ୍ଠାନିକ ଭାବେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ମାମଲାର ତଦନ୍ତ ଭାର ଗ୍ରହଣ କରିବା ସହ ତଥ୍ୟପ୍ରମାଣ ଯୋଗାଡ଼ ଲାଗି ବିଭିନ୍ନ ସ୍ଥାନରେ...

ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ।...

‘ଆତଙ୍କବାଦୀଙ୍କ ପାଖରେ ଏତେ ସମୟ ନ ଥିଲା ଯେ ସେମାନେ ଧର୍ମ ପଚାରି…’, କାହିଁକି ଏମିତି ବୟାନ ଦେଲେ କଂଗ୍ରେସ ନେତା?

ନୂଆଦିଲ୍ଲୀ,୨୮।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ବିଜୟ ୱାଡେଟିୱାର ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଥିଲେ ଯେ ଲୋକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image