ଗଛରେ ବାଇକ୍‌ ପିଟି ହୋଇ ଚାଲିଗଲା ୨ ଯୁବକଙ୍କ ଜୀବନ, ଧାନବିଲରୁ ମିଳିଲା ମୃତଦେହ

ମୋରଡ଼ା,୧୯ା୮: ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡା ଫାଣ୍ଡି ଅଧୀନ ପାରିଆଉଡ଼ାର ହାତୀଗଳା ପୋଲ ବାଙ୍କ ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି।
ସୂଚନା ମୁତାବକ,ରବିବାର ବିଳମ୍ବିତ ରାତିରେ ଏକ ବାଇକ୍‌(ଓଡି-୧୧ଏଚ୍‌-୪୭୭୧)ରେ ଯାଉଥିବା ଉକ୍ତ ଦୁଇଜଣ ଯୁବକ ଏକ ଖଜୁରୀ ଗଛରେ ପିଟି ହୋଇଯିବାରୁ ଦୁଇଜଣ ଛିଟିକି ପଡ଼ିଥିଲେ। ଦୁର୍ଘଟଣାଗ୍ରସ୍ତ ଦୁଇଜଣ ଯୁବକ ରାତି ସାରା ରାସ୍ତାକଡ଼ରେ ଥିବା ଏକ ବିଲରେ ଥିବା ପାଣିରେ ଭାସି ରହିଥିଲେ। ତେବେ ଉକ୍ତ ସ୍ଥାନଟି ନିଛାଟିଆ ଜାଗାରେ ଥିବାରୁ କାହାରି ନଜରରେ ପଡ଼ି ନ ଥିଲା।
ତେବେ ଆଜି ସକାଳୁ ସ୍ଥାନୀୟ ଲୋକେ ଦେଖି ଚିତ୍ରଡ଼ା ଫାଣ୍ଡି ଓ ମୋରଡ଼ା ପୋଲିସକୁ ଖବର ଦେଇଥିଲେ l ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ପଠାଯାଇଛି। ତେବେ ଖବର ନେବା ସୁଦ୍ଧା ମୃତ ଦ୍ୱୟଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri