ପୋଲ ତଳକୁ ଖସିପଡ଼ିଲା ବାଇକ୍‌, ଚାଲିଗଲା ୨ ଜୀବନ 

ପାପଡ଼ାହାଣ୍ଡି,୨୬।୨(ସ୍ବପ୍ନଜିତ୍‌ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଶହୀଦ ମିନାର ନିକଟ ଟୁରି ନଦୀରେ ନିର୍ମାଣାଧୀନ ପୋଲ ତଳକୁ ଏକ ବାଇକ୍‌ ଖସି ୨ ଜଣଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ଉମରକୋଟ ବ୍ଲକ ଗୋଇଦୌଡ଼ି ଗ୍ରାମର ବଳରାମ ମୁଦୁଲି ଓ ଡାବୁଗାଁ ଥାନା ଅଧୀନ ସିଉନାଗୁଡ଼ା ଗ୍ରାମର ରଇନା ଜାନୀ।
ସୂଚନାନୁଯାୟୀ, ବଳରାମ ଓ ରଇନା ଏକ ବାଇକ୍‌ (ଓଡି-୨୪ଜେ-୪୨୧୦)ରେ ନବରଙ୍ଗପୁର ବ୍ଲକ ଲୋଦିଯୋଡ଼ିକୁ ଯାଉଥିଲେ। ପାପଡ଼ାହାଣ୍ଡିଠାରେ ଟୁରି ନଦୀ ପୋଲ କାମ ଚାଲୁଥିବାରୁ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏହାର ଅନତି ଦୂରରୁ ମାଟି ବିଛାଇ ରଖାଯାଇଛି। ବଳରାମ ଭାରସାମ୍ୟ ହରାଇ ମାଟିଗଦା ଉପରେ ଚଢ଼ାଇ ଦେଇଥିଲେ। ଫଳରେ ଉଭୟ ପୋଲ ତଳକୁ ଖସିପଡ଼ି ଗୁରୁତର ହୋଇଥିଲେ। ପୋଲ ନିର୍ମାଣରେ କାର୍ଯ୍ୟରତ କେତେଜଣ ଶ୍ରମିକ ଦୁର୍ଘଟଣା ସମ୍ପର୍କରେ ଜାଣିବା ପରେ ଉଭୟଙ୍କୁ ଉଦ୍ଧାର କରିଥିଲେ। ସେମାନେ ୧୦୮ ଆମ୍ବୁଲାନ୍ସ ଯୋଗେ ଗୁରୁତରଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସମୟରେ ବାଟରେ ହିଁ ଉଭୟଙ୍କର ମୃତ୍ୟୁ ଘଟିଥିଲା।
ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଉଭୟ ମୃତକଙ୍କ ବାପା ସୋମବାର ପାପଡ଼ାହାଣ୍ଡି ଥାନାରେ ଏତଲା ଦେଇଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୫୦/୨୪) ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ତଦନ୍ତକାରୀ ଅଧିକାରୀ ଶିବ ପ୍ରସାଦ ଦଳେଇ ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri