ଟ୍ରଲର ଚାପାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବଡବିଲ,୯।୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅଧୀନ ତୋପାଡିହି ନିକଟରେ ଗୁରୁବାର ସାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରଲର ଚାପାରେ ଜଣେ ବାଇକ୍‌ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ସୁନ୍ଦରଗଡ଼ ଜିଲାର ଅମିତ୍‌ ପୂର୍ତ୍ତି ବୋଲି ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରଲରକୁ ଜବତ କରି ମୃତଦେହ ବ୍ୟବଚ୍ଛେଦ ପାଇ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।

Share