ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ଛତ୍ରପୁର, ୧୪ା୭ (ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ନିକଟ ଜାତୀୟ ରାଜପଥରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି l ମୃତ ବାଇକ ଆରୋହୀ ଜଣକ ହେଲେ ନୂଆ ନଗରଡିହ ଗ୍ରାମର ଶିବ ଶଙ୍କର ଦାସ (୨୫) l ସେ  ଏକ ବାଇକ ଯୋଗେ ଯାଉଥିବା ବେଳେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା l ତାଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ଚମାଖଣ୍ଡି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଚମାଖଣ୍ଡି ଥାନାର ଏସଆଇ ମାନସୀ ସାହୁ ସୂଚନା ଦେଇଛନ୍ତି l