ବାଇକ୍‌-ସ୍କୁଟି ମୁହାଁମୁହିଁ : ଶିକ୍ଷୟିତ୍ରୀଙ୍କ ସହ କିରାଣିଙ୍କ ମୃତ୍ୟୁ

ଜି.ଉଦୟଗିରି ୨୬।୧୧(ଡି.ଏନ୍‌. ଏ.): କନ୍ଧଳମାଳ ଜିଲା ଜି.ଉଦୟଗିରି ଥାନା ଅନ୍ତର୍ଗତ ନିଲୁଙ୍ଗିଆଠାରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ସ୍କୁଟିକୁ ପଲସର ବାଇକ୍‌ ଧକ୍କା ଦେବା ଫଳରେ ଜଣେ ଶିକ୍ଷୟିତ୍ରୀଙ୍କ ସହ କିରାଣିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଶିକ୍ଷୟିତ୍ରୀ ପ୍ରଦୀପ୍ତା ସାହୁ (୩୪) ଓ କିରାଣି ବିମଳା ପ୍ରଧାନ (୪୬)। ଉଭୟ ସ୍କୁଟିରେ ଲିଙ୍ଗଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ପଲସରରେ ଆସୁଥିବା ୨ ଯୁବକଙ୍କ ସହ ମୁହଁାମୁହିଁ ହୋଇଥିଲା। ତୁରନ୍ତ ଅଟୋରେ ଆହତଙ୍କୁ ଜି ଉଦୟଗିରି ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପଲସର ଚାଳକ ଜଣଙ୍କ ନାବାଳକ ସେ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଜି. ଉଦୟଗିରି ପୋଲିସ ଆଇଆଇସି ଅଜୟ କୁମାର ସ୍ବାଇଁ ଓ ବିଡିଓ ଆଶିଷ କୁମାର ତ୍ରିପାଠୀ ପହଞ୍ଚି ଘଟଣାର ଅନୁଧ୍ୟାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୃଷିକ୍ଷେତ୍ରରେ କୃଷକମାନେ ପାରମ୍ପରିକ ପଦ୍ଧତିରେ କୀଟନାଶକ ସିଞ୍ଚନ କରିବା ଯୋଗୁ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖାଯାଉଛି। ଏଥିରେ ଅଧିକ କୀଟନାଶକ ବ୍ୟହାର ହେଉଛି...

ବନ୍ଦେ ମାତରମ୍‌କୁ ବାରଣ କାହିଁକି

ଛିଦିନ ପୂର୍ୱରୁ ରାଜ୍ୟ ସଭାର ଏକ ନୋଟିସ ମାଧ୍ୟମରେ ରାଜ୍ୟ ସଭାରେ ବନ୍ଦେ ମାତରମ୍‌ ଓ ଜୟ ହିନ୍ଦ୍‌ ସ୍ଲୋଗାନ ଦେବା ଉପରେ ନିଷେଧାଦେଶ ଲାଗିଛି।...

ବୟସର ଅପରାହ୍ନରେ

କୁହାଯାଏ ମାତାପିତାଙ୍କ ସେବା, ଭକ୍ତି, ଶ୍ରଦ୍ଧା, ସମ୍ମାନ ଦେବତା ପୂଜା ସମ। ମାତ୍ର ବିଡମ୍ୱନା ଯେ ଆଉ ସେ ଆଦର ନାହିଁ, ଶ୍ରଦ୍ଧା ନାହିଁ, ସମ୍ମାନ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ପ୍ରକୃତି ଉପାସକ ଆଦିବାସୀ

ପ୍ରାଚୀନ ଯୁଗରୁ ଆଦିବାସୀ ସମ୍ପ୍ରଦାୟଗୁଡ଼ିକ ସ୍ୱାଧୀନ ଭାବେ ଜୀବନଯାପନକରି ଆସୁଛନ୍ତି। ସେମାନଙ୍କୁ ଜଙ୍ଗଲୀ ଓ ଆଦିମ କୁହାଯାଇ ଗାଁ, ରାଜ୍ୟ,ସାମ୍ରାଜ୍ୟରୁ ଦୂରେଇ ରଖାଯାଇଛି। ଫଳରେ ସେମାନେ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri