ରାଉରକେଲା,୧୩।୨(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଧୀନ ମହୀପାଣି ଅଞ୍ଚଳରେ ଗୁରୁବାର ସନ୍ଧ୍ୟା ଏକ ବାଇକ୍ ଓ ଟାଟା ଏସିଇ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଟାଟା ଏସିଇ ଚାଳକ ଆହତ ହୋଇଛନ୍ତି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ ମହୀପାଣି ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତ କରାଯାଇଛି। ମୃତକ ଝାଡ଼ଖଣ୍ଡ ଅଞ୍ଚଳର ବୋଲି ଜଣାପଡ଼ିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।