Posted inଜାତୀୟ

‘ମୋ ପାଇଁ ଆଜି ନୂଆବର୍ଷ’, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଭାବୁକ ହେଲେ ବିଲ୍‌କିସ୍‌

ନୂଆଦିଲ୍ଲୀ,୮।୧: ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ୍‌ ବାନୋଙ୍କୁ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ୧୧ ଅପରାଧୀଙ୍କୁ ଜେଲ୍‌କୁ ଫେରିବାକୁ ହେବ ବୋଲି ସୁପ୍ରିମକୋର୍ଟ ସୋମବାର ତାଙ୍କ ରାୟରେ କହିଛନ୍ତି। ଜେଲରେ ଉତ୍ତମ ଆଚରଣ ଦର୍ଶାଇ ଗୁଜରାଟ ସରକାର ଅପରାଧୀମାନଙ୍କୁ ମୁକ୍ତ କରିଦେଇଥିଲେ। ସରକାରଙ୍କ ଉକ୍ତ ନିଷ୍ପତ୍ତିକୁ ଅଦାଲତ ଖାରଜ କରିଦେବା ସହ ଅପରାଧୀମାନେ ୨ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ୨୦୨୨ରେ ଅପରାଧୀମାନଙ୍କୁ ମୁକ୍ତ କରିବା କ୍ଷମତା ଗୁଜରାଟ ସରକାରଙ୍କର ନ ଥିଲା ବୋଲି ଜଷ୍ଟିସ୍‌ ବି.ଭି. ନାଗରତ୍ନା ଓ ଉଜ୍ଜଳ ଭୂୟଁାଙ୍କ ଖଣ୍ଡପୀଠ ତାଙ୍କ ଐତିହାସିକ ରାୟରେ କହିଛନ୍ତି।

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ବିଲ୍‌କିସ୍‌ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଆଜି ମୋ ପାଇଁ ଏକ ନୂଆବର୍ଷ।
ଦେଢ଼ ବର୍ଷରୁ ଅଧିକ ସମୟ ମଧ୍ୟରେ ମୁଁ ପ୍ରଥମ ଥର ହସିଲି । ମୁଁ ମୋର ପିଲାମାନଙ୍କୁ ଆଲିଙ୍ଗନ କରିଛି। ଏହା ଲାଗୁଛି ଯେପରି ମୋ ଛାତିରୁ ପର୍ବତ ପରି ବଡ ପଥର କାଢି ନିଆଯାଇଛି ଏବଂ ମୁଁ ପୁଣି ନିଶ୍ୱାସ ନେଇପାରିବି। ଏଥିସହ ବିଲ୍‌କିସ୍‌ ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ।...

ରାହୁଲଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ : ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ…

ଜମ୍ମୁ,୨୧ା୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଭାଜପା ଏବଂ ଆର୍‌ଏସ୍‌ଏସ୍‌ର ନେତାମାନେ ଅପମାନଜନକ ମନ୍ତବ୍ୟ ଦେଉଛନ୍ତି। ତାଙ୍କୁ ଧମକ ଦିଆଯାଉଛି।...

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ...

ଦିଲ୍ଲୀ ସରକାରର ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବାଣ୍ଟିଲେ ଆତିଶୀ, ନିଜ ପାଖରେ ରଖିଲେ ଶିକ୍ଷା-ଅର୍ଥ ସମେତ ୧୩ ବିଭାଗ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀ ସରକାର ରେ ଆଜି ନୂଆ ସରକାର ଶପଥ ଗ୍ରହଣ କରିଛନ୍ତି। ଦେଶର ସର୍ବକନିଷ୍ଠ ତଥା ଦିଲ୍ଲୀର ୩ୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ...

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି...

ମୋଦି-ଶାହାଙ୍କ ସହ ଭଲ ନ ଥିଲା ଗଡକରୀଙ୍କ ସମ୍ପର୍କ! ଦେଖା ହେବା ପାଇଁ ଘଣ୍ଟାଘଣ୍ଟା ଅପେକ୍ଷା କରାଉଥିଲେ…କହିଦେଲେ ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ସେ ଖୋଲାଖେଶଲି କହିଛନ୍ତି କି, ଯେତେବେଳେ ସେ...

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri