Posted inଜାତୀୟ

ବିଲ୍‌କିସ୍‌ ମାମଲା: ରବିବାର ସୁଦ୍ଧା ଆତ୍ମସମର୍ପଣ କରିବାକୁ ଦୋଷୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୧: ବିଲ୍‌କିସ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ମୁକ୍ତ ହୋଇଥିବା ୧୧ ଅପରାଧୀଙ୍କୁ ଆସନ୍ତା ରବିବାର ସୁଦ୍ଧା ଜେଲ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଆତ୍ମସମର୍ପଣ ସମୟସୀମା ବଢ଼ାଇବା ପାଇଁ ସେମାନଙ୍କ ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି। କେତେଜଣ ଦୋଷୀ ପରିବାର ସଦସ୍ୟଙ୍କ ବିବାହ କାର୍ଯ୍ୟରେ ଯୋଗଦେବାକୁ ଏବଂ ଅନ୍ୟମାନେ ଅମଳ ଋତୁରେ ମାଆବାପାଙ୍କୁ ସାହାଯ୍ୟ କରିବା ପାଇଁ ଆତ୍ମସମର୍ପଣ ନିମନ୍ତେ ଅଧିକ ସମୟ ମାଗିଥିଲେ। ସେମାନଙ୍କର ନିବେଦନ ଗ୍ରହଣଯୋଗ୍ୟ, ନୁହେଁ ବୋଲି ଜଷ୍ଟିସ ବି.ଭି. ନାଗରତ୍ନାଙ୍କ ଖଣ୍ଡପୀଠ କହିବା ସହ ରବିବାର ସୁଦ୍ଧା ଜେଲ ଅଧିକାରୀଙ୍କ ନିକଟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୁଜରାଟ ସରକାର କ୍ଷମତାର ଦୁରୁପଯୋଗ କରି ୧୧ ଅପରାଧୀଙ୍କୁ କ୍ଷମା ଦେଇ ୨୦୨୨ ଅଗଷ୍ଟ ୧୫ରେ ଜେଲରୁ ମୁକ୍ତ କରିଦେଇଥିଲେ। ଏହାକୁ ନେଇ ସାରା ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ବିଲ୍‌କିସ୍‌ ଏବଂ ସିଭିଲ ସୋସାଇଟି କର୍ମୀମାନଙ୍କ ଆବେଦନକୁ ବିଚାରକରି ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କ ନିଷ୍ପତ୍ତିକୁ ଖାରଜ କରିଦେବା ସହ ଅପରାଧୀମାନଙ୍କୁ ଦୁଇସପ୍ତାହ ମଧ୍ୟରେ ଜେଲକୁ ଫେରିବା ପାଇଁ ଗତ ୮ ତାରିଖରେ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri