ଛାତ୍ରୀଛାତ୍ରଙ୍କୁ ଦିଆଯିବ ଜୈବବିବିଧତା ଶିକ୍ଷା

ଭୁବନେଶ୍ୱର, ୨୬।୮(ଅସମାପିକା ସାହୁ): ‘ମୋ ସ୍କୁଲ୍‌’ ଅଭିଯାନ ପରିଚାଳନା ସଙ୍ଗଠନର ୪୨ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଣଶିକ୍ଷା ଶାସନ ସଚିବ ଅଶ୍ୱଥି ଏସ୍‌ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବହୁ ନୂତନ କାର୍ଯ୍ୟକ୍ରମ ହାତକୁ ନେବାକୁ ନିଷ୍ପତ୍ତି ହୋଇଛି। ବିଦ୍ୟାଳୟ ସହ ପୁରାତନ ଛାତ୍ରୀଛାତ୍ରଙ୍କ ସମ୍ପର୍କ ବଢ଼ିବା ପରେ ଅନେକ ସକାରାତ୍ମକ ପରିବର୍ତ୍ତନ ଆସିଛି। ଏହାକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟର ୧୯୮ ବ୍ଲକ୍‌ରେ ସେପ୍ଟେମ୍ବର ୮ରୁ ନଭେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ପୁରାତନ ଛାତ୍ରୀଛାତ୍ରଙ୍କ ସମ୍ମିଳନୀ ଆୟୋଜନ କରାଯିବ। ସମସ୍ତ ପୁରାତନ ଛାତ୍ରୀଛାତ୍ର କମିଟିର ସଭାପତି ତଥା ପ୍ରତିନିଧିମାନେ ଏକାଠି ହୋଇ ବିଦ୍ୟାଳୟର ଉନ୍ନତି ଦିଗରେ ଆଲୋଚନା କରିବେ। କମିଟି ସଭାପତିମାନେ ‘ମୋ ସ୍କୁଲ୍‌’ ଅଭିଯାନ କାର୍ଯ୍ୟକ୍ରମରେ କରିଥିବା ଭଲ କାମକୁ ସମସ୍ତଙ୍କ ଆଗରେ ଉପସ୍ଥାପନ କରିବେ। ସେହିପରି ସମସ୍ତ ବିଦ୍ୟାଳୟରେ ସେପ୍ଟେମ୍ବର ୮ରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି, ଅଭିଭାବକ, ପୁରାତନ ଛାତ୍ରୀଛାତ୍ର ଓ ଲୋକ ପ୍ରତିନିଧିମାନେ ଯୋଗଦେବେ। ସେହିପରି ‘ପୋଷ୍ୟ ବିଦ୍ୟାଳୟ’ କାର୍ଯ୍ୟକ୍ରମରେ ସେପ୍ଟେମ୍ବର ୫ରୁ ୮ତାରିଖ ମଧ୍ୟରେ ସ୍କୁଲ୍‌ର ମାର୍ଗଦର୍ଶକ ଓ ପୁରାତନ ଛାତ୍ରୀଛାତ୍ରଙ୍କର ବୈଠକ ହେବ। ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧୀନରେ ଚଳିତ ବର୍ଷ ପ୍ରଥମ କରି ମାଧ୍ୟମିକ ବିଦ୍ୟାଳୟରେ ଆକାଂକ୍ଷୀ ପାଠ୍ୟକ୍ରମ ପ୍ରଚଳନ ହୋଇଛି। ପାଠ୍ୟକ୍ରମ ଅନୁସାରେ ବିଦ୍ୟାଳୟରେ କ୍ଲବ୍‌ ବ୍ୟବସ୍ଥା ଜରିଆରେ ବିଭିନ୍ନ ଶିକ୍ଷା ଦିଆଯିବ। ବିଦ୍ୟାଳୟସ୍ତରରେ ୪ଟି କ୍ଲବ୍‌(କ୍ରୀଡ଼ାଙ୍ଗନ, କୌଶଳୀ, ସାହିତ୍ୟ ସୃଜନୀ, ଜିଜ୍ଞାସା)ର ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ, ବିଦ୍ୟାଳୟ ପରିସର ବାହାରେ ହେବାକୁ ଥିବା ବିଭିନ୍ନ ଶିକ୍ଷା-ଭ୍ରମଣ(ଏଜୁକେସନ ଟୁର୍‌) ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ପୁରାତନ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ସହଯୋଗ ନିଆଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି।
‘ମୋ ସ୍କୁଲ୍‌’ର ଆଉ ଦୁଇଟି ନୂତନ କାର୍ଯ୍ୟକ୍ରମକୁ ବୈଠକରେ ଅନୁମୋଦନ ମିଳିଛି। ଆକାଂକ୍ଷୀ ପାଠ୍ୟକ୍ରମର ‘ଜିଜ୍ଞାସା’ କ୍ଲବ୍‌ ଅଧୀନରେ ଜୈବବିବିଧତା ଶିକ୍ଷା ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ଓ ‘ମୋ ସ୍କୁଲ୍‌’ର ମିଳିତ ଉଦ୍ୟମରେ ‘ଛାତ୍ରୀଛାତ୍ର ଜୀବ ଉଦ୍ୟାନ ପ୍ରତିନିଧି’(ଷ୍ଟୁଡେଣ୍ଟ ଜୁ ଆମ୍ବାସାଡର) କାର୍ଯ୍ୟକ୍ରମ ଆୟୋଜନ କରାଯିବ। ନନ୍ଦନକାନନ ଆଖପାଖରେ ଥିବା କଟକ ଓ ଖୋର୍ଦ୍ଧା ଜିଲାର ୪୦ଟି ବିଦ୍ୟାଳୟକୁ ଏହି କାର୍ଯ୍ୟକ୍ରମରେ ସାମିଲ କରାଯାଇ ଛାତ୍ରୀଛାତ୍ରଙ୍କୁ ଜୈବବିବିଧତା ଉପରେ ଶିକ୍ଷା ଦିଆଯିବ। ଓଡ଼ିଆ ମାଧ୍ୟମ ଉଚ୍ଚ ବିଦ୍ୟାଳୟରେ ଗଣିତ ଓ ବିଜ୍ଞାନ ଶିକ୍ଷାକୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଖାନ୍‌ ଏକାଡେମୀ ଓ ‘ମୋ ସ୍କୁଲ୍‌’ ମଧ୍ୟରେ ମିଳିତ ଚୁକ୍ତିନାମା କରାଯିବ। ଏନେଇ ବୈଠକରେ ପ୍ରସ୍ତାବକୁ କାର୍ଯ୍ୟନିର୍ବାହୀ ପରିଷଦ ମଞ୍ଜୁରୀ ଦେଇଛି।
ଅନ୍ୟପକ୍ଷରେ ଚଳିତ ମାସରେ ମୋଟ ୩୬କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ୫,୮୫୭ଟି ପ୍ରକଳ୍ପ ପ୍ରସ୍ତାବକୁ ବୈଠକରେ ମଞ୍ଜୁରୀ ମିଳିଛି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଦ୍ୱାରା ପରିଚାଳିତ ସ୍ବତନ୍ତ୍ର ସ୍କୁଲ୍‌ଗୁଡ଼ିକୁ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ସରକାରକୁ ପ୍ରସ୍ତାବ ଦିଆଯିବ। ସରକାରୀ କୋଠା କିମ୍ବା ସରକାରୀ ଜମିରେ ଚାଲୁଥିବା ୧୨ଟି ଜିଲାର ୨୬ଟି ‘ସ୍ବତନ୍ତ୍ର ସ୍କୁଲ୍‌’କୁ ସାମିଲ କରିବା ପାଇଁ ପ୍ରସ୍ତାବ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ‘ମୋ ସ୍କୁଲ୍‌’ ସଙ୍ଗଠନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମରଜିତ ଜେନା, ଓଏସ୍‌ଡି ଡ. ମଣିନ୍ଦ୍ର କୁମାର ମିଶ୍ର ପ୍ରମୁଖ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ...

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ...

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ...

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri