ବିପ୍ଲବ କୁମାର ଦେବ କରୋନା ପଜିଟିଭ୍‌

ଅଗରତାଲା,୭।୪: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ଏସମ୍ପର୍କରେ ବିପ୍ଲବ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଘରେ ରହିଛନ୍ତି ଏବଂ ସମସ୍ତ କରୋନା ମାର୍ଗଦର୍ଶିକା ପାଳନ କରୁଥିବା କହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜ ନିଜର ନମୁନା ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।

Share