ବାର୍ଡ ଫ୍ଲୁ : ଓଡ଼ିଶା ଆସିବେ କେନ୍ଦ୍ରୀୟ ଦଳ

ଭୁବନେଶ୍ୱର, ୩ା୯(ବନ୍ଦନା ସେଠୀ): ରାଜ୍ୟର ପୁରୀ ଜିଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗ ବ୍ଲକର ୪ଟି ଗ୍ରାମରେ ବାର୍ଡ ଫ୍ଲୁ ରୋଗ ଚିହ୍ନଟ କରାଯାଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶିତ କାର୍ଯ୍ୟ ଯୋଜନା ଅନୁଯାୟୀ ଏହି ରୋଗର ନିୟନ୍ତ୍ରଣ ଓ ନିରାକରଣ କାର୍ଯ୍ୟକ୍ରମ ଚାଲୁରହିଛି। ପିପିଲି ଓ ସତ୍ୟବାଦୀ ବ୍ଲକରେ ସଂକ୍ରମିତ କୁକୁଡ଼ାଗୁଡିକୁ ମରାଯାଇଥିବାବେଳେ ଡେଲାଙ୍ଗ ଓ ନିମାପଡା ବ୍ଲକରେ ଏହି ପ୍ରକ୍ରିୟା ଜାରି ରହିଛି।

କୁକୁଡ଼ା ମାରିବା ଓ ଫାର୍ମ ବିଶୋଧନ କାର୍ଯ୍ୟରେ ୫୧ଟି ରାପିଡ୍‌ ରେସପନ୍ସ ଟିମ୍‌ (ଆରଆରଟି) ନିୟୋଜିତ ଅଛନ୍ତି। ସୋମବାର ସୁଦ୍ଧା ୩୫ହଜାର ୩୨୯ଟି କୁକୁଡ଼ା ମରାଯିବା ସହ ଅଣ୍ଡା ଓ କୁକୁଡ଼ା ଦାନା ନଷ୍ଟ କରାଯାଇଛି। କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ବାବଦକୁ ୧୦ଲକ୍ଷ ୯୪ହଜାର ୫୭୨ ଟଙ୍କା ପ୍ରଦାନ କରାଯାଇଛି। ସୋମବାର ରାଜ୍ୟରେ ବାର୍ଡ ଫ୍ଲୁର ସ୍ଥିତି ଓ ପଦକ୍ଷେପ ସଂକ୍ରାନ୍ତରେ ଭିଡ଼ିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଏହି ସୂଚନା ଦିଆଯାଇଛି।

ନମୁନା ସଂଗ୍ରହ ତଥା ରୋଗର ଅନୁସନ୍ଧାନ ପ୍ରକ୍ରିୟାକୁ ତ୍ୱରାନ୍ବିିତ କରିବା ସହିତ ଜନସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଜନସାଧାରଣ ଯେପରି ଭୟଭୀତ ନ ହେବେ ସେଥିପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମକୁ ସଚେତନ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ଅପରପକ୍ଷେ ଭାରତ ସରକାରଙ୍କର ପଶୁପାଳନ ଏବଂ ଦୁଗ୍ଧ ବିଭାଗ ସଚିବ ଅଳକା ଉପାଧ୍ୟାୟ ଏହି ରୋଗର ନିୟନ୍ତ୍ରଣ ତଥା ନିରାକରଣ ଲାଗି ରାଜ୍ୟକୁ ସମସ୍ତ ପ୍ରକାରର ସହାୟତା ପାଇଁ ନିଶ୍ଚିତ କରିଛନ୍ତି।

ପରବର୍ତ୍ତୀ ତଦାରଖ ପାଇଁ ଏକ କେନ୍ଦ୍ରୀୟ ଦଳ ସେପ୍ଟେମ୍ବର ୪ ଓ ୫ରେ ରାଜ୍ୟକୁ ପରିଦର୍ଶନରେ ଆସିବେ ବୋଲି ସୂଚନା ଦିଆଯାଇଛି। ସେହିପରି ସମସ୍ତ ବ୍ୟବସାୟଭିତ୍ତିକ କୁକୁଡ଼ା ଫାର୍ମଗୁଡିକର ପଞ୍ଜୀକରଣ ଏବଂ ଅବସ୍ଥିତିର ଠିକ ତଥ୍ୟ ସଂଗ୍ରହ କରାଯିବା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ସହ ଉତ୍ତମ ସମନ୍ବୟ ରକ୍ଷା କରିବା ପାଇଁ ସଚିବ ପରାମର୍ଶ ଦେଇଛନ୍ତି। ଏଥିସହ ଓଡ଼ିଶା ସରକାରଙ୍କ ଦ୍ୱାରା କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀମାନଙ୍କୁ ଦିଆଯାଉଥିବା ତତ୍କାଳ କ୍ଷତିପୂରଣ ପ୍ରକ୍ରିୟାକୁ ଭାରତ ସରକାରଙ୍କ ଦ୍ୱାରା ପ୍ରଶଂସା କରାଯାଇଥିଲା। ବୈଠକରେ ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସହ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ, ଭୁବନେଶ୍ୱର ମହାନଗର ନିଗମର ଉଚ୍ଚପଦସ୍ଥ ଅଧିକାରୀ ଏବଂ ପୁରୀ, କେନ୍ଦ୍ରାପଡା ଓ ଖୋର୍ଦ୍ଧା ଜିଲାର ଜିଲାପାଳ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ବୋନସ ଦାବି ତେଜିଲା…

ରାଉରକେଲା,୨୦।୯(ସଙ୍ଗୀତା ଜେନା): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ସିଟୁ ସମର୍ଥିତ ଷ୍ଟିଲ୍‌ ଏମ୍ପ୍ଲୟିଜ୍‌ ଟ୍ରେଡ୍‌ ୟୁନିୟନ ତଥା ରାଉରକେଲା କଣ୍ଟ୍ରାକ୍ଟର ୱାର୍କର୍ସ ୟୁନିୟନ ପକ୍ଷରୁ ଶୁକ୍ରବାର ପାୱାରଗେଟ୍‌...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri