ମହାନଦୀ ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ସମାଗମ

ମହାକାଳପଡ଼ା,୧୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଶୀତ ଋତୁ ଆଗମନରେ ମହାନଦୀ ଅବବାହିକା ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀ ଦଳ ଦଳ ହୋଇ ସମାଗମ ହେଉଥିବା ଦେଖିବାକୁ ମିଳୁଛି। ବିଶେଷକରି ଶୀତ ବଢ଼ିବା ପରେ ଉପକୂଳ ଅଞ୍ଚଳର ନଦୀ ପାର୍ଶ୍ୱ ଲୁଣା ହେନ୍ତାଳ ଜଙ୍ଗଲରେ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ କଳରବ ଶୁଭିଲଣି। ଉପଯୁକ୍ତ ଜଳବାୟୁ, ନଦୀ, ନାଳ, ଖାଲ, ପାଟ ଆଦିରେ ମିଳୁଥିବା ପ୍ରଚୁର ପରିମାଣରେ ଖାଦ୍ୟକୁ ଦୃଷ୍ଟିରେ ରଖି ପକ୍ଷୀମାନେ ବିଭିନ୍ନ ଅଞ୍ଚଳରୁ ଉଡିଆସିଥାନ୍ତି। ଏଠାରେ ସେମାନେ ଶୀତ ୪ମାସ ନଦୀର ପାର୍ଶ୍ୱବର୍ତ୍ତୀ ଜଙ୍ଗଲଗୁଡ଼ିକରେ ବସବାସ କରିଥାନ୍ତି। ପକ୍ଷୀଗୁଡ଼ିକ ଏଠାରେ ଡିମ୍ବ ଦେଇ ଛୁଆ ଫୁଟିବା ପରେ ସାଥିରେ ଧରି ପୂର୍ବ ସ୍ଥାନକୁ ବାହୁଡ଼ି ଯାଇଥାନ୍ତି। ପକ୍ଷୀଗୁଡ଼ିକୁ ସୁରକ୍ଷା ଦେବାକୁ ବନ ବିଭାଗ ଯତ୍ନବାନ ହେବା ଉଚିତ। ଅପରପକ୍ଷରେ ବିଭିନ୍ନ ପକ୍ଷୀଙ୍କ ଆଗମନ ଦେଖି ଦୁର୍ବୃତ୍ତମାନେ ବିଷ ଓ ଫାସ ବସାଇ ସେମାନଙ୍କୁ ଶିକାର କରିବାକୁ ପଛାଇବେ ନାହିଁ। ଏଥିପ୍ରତି ସ୍ଥାନୀୟ ବନ ବିଭାଗ ପକ୍ଷରୁ ବ୍ୟାପକ ସଚେତନତା ସୃଷ୍ଟି କରିବା ସହ ସଚେତନତା ବାର୍ତ୍ତା ବା ସାଇନ୍‌ ବୋର୍ଡ ମାରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷା ବାର୍ତ୍ତା ନେଇ ସାଇକେଲ୍‌ରେ ବିଶ୍ୱ ଭ୍ରମଣ କରୁଛନ୍ତି ଜୋଜୋ ଦାଦା

ଭୁବନେଶ୍ୱର,୧୦।୪: କେବଳ ଦେଶ ନୁହେଁ ବିଦେଶକୁ ସାଇକେଲରେ ଭ୍ରମଣ କରୁଛନ୍ତି ପଶ୍ଚିମବଙ୍ଗ ଲାଲଗୁଲା ମୁର୍ଶିଦାବାଦର ପ୍ରସନ୍ନଜିତ୍‌ ଦାସ। ଲୋକେ ତାଙ୍କୁ ଜୋଜୋ ଦାଦା ବୋଲି ଡାକନ୍ତି।...

ମେ ୧୮ରୁ କଳିଙ୍ଗ ବ୍ଲାକ୍‌ ଟାଇଗର୍ସର ଅଭ୍ୟାସ

ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ ଓ ଜିଏମ୍‌ଆର୍‌ର ମିଳିତ ଆନୁକୂଲ୍ୟରେ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌) ଅନ୍ଧେରି ସ୍ପୋଟର୍‌ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍‌ବଲ ଆରେନା)ରେ ଆସନ୍ତା...

ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ନିରାକାରପୁର,୧୦।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ରାମେଶ୍ୱର ନିକଟ କୁଆଁରୀ ଜଙ୍ଗଲରୁ ଜଣେ ଯୁବକଙ୍କ...

କାଳ ବୈଶାଖୀର ତାଣ୍ଡବ, ବର୍ଷା-ଘଡ଼ଘଡ଼ିରେ ୩୦ରୁ ଊର୍ଦ୍ଧ୍ୱ ଲୋକାଙ୍କ ମୃତ୍ୟୁ

ପାଟନା,୧୦।୪: ବିହାରର ନାଳନ୍ଦା, ସିୱାନ, ଭୋଜପୁର, ଗୋପାଳଗଞ୍ଜ, ବେଗୁସରାଇ, ସରନ, ଗୟା, ଜେହାନାବାଦ ଏବଂ ଅରୱାଲରେ ଗୁରୁବାର ଅବରାହ୍ନରେ ବଜ୍ରପାତ ଏବଂ ପ୍ରବଳ ବର୍ଷା ଯୋଗୁଁ...

ସଟସର୍କିଟରୁ ଅଗ୍ନିକାଣ୍ଡ: ସବୁକିଛି ଜଳିପୋଡ଼ି ପାଉଁଶ, ଜଣେ ଆହତ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ):ଭଞ୍ଜନଗର ଥାନା ଅନ୍ତର୍ଗତ ତୁରୁମୁ ପଞ୍ଚାୟତର ଜଡାହାଟୁଣିର ବିଜୟ ଚନ୍ଦ୍ର ପାଢ଼ୀଙ୍କ ଘରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା...

ଜଙ୍ଗଲରେ ନିଆଁ ଲିଭାଇଲା ବେଳେ ପୋଡ଼ି ଯାଇଥିଲେ କର୍ମଚାରୀ: ଆନ୍ଦୋଳନ ପରେ ମିଳିଲା ୧୦ ଲକ୍ଷ କ୍ଷତିପୂରଣ

କୁଆଁରମୁଣ୍ଡା,୧୦ା୪(ମହେନ୍ଦ୍ର କୁମାର ସାହୁ): ଇସ୍ପାତ ଜେନେରାଲ ହସ୍ପିଟାଲରେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ଠିକା ବନ କର୍ମଚାରୀ ସମରା ଓରାମ(୩୮)ଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ମୃତକଙ୍କ ଗ୍ରାମ...

ହାସିନାଙ୍କୁ ଯିବାକୁ ପଡ଼ିବ ବାଂଲାଦେଶ? କୋର୍ଟ ଜାରି କଲେ ଓ୍ବାରଣ୍ଟ

ଢାକା,୧୦।୪: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଆଉ ଏକ ଗିରଫଦାରୀ ୱାରେଣ୍ଟ ଜାରି କରାଯାଇଛି। ରାଜଧାନୀ ଢାକାର ଏକ କୋର୍ଟ ଗୁରୁବାର ଏକ...

ରାଜ୍ୟ ରାଜପଥରେ ହାତୀ ଉପଦ୍ରବ

ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image