ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ।

ବାଲେଶ୍ୱର ଜିଲାର ସିମୁଳିଆଠାରେ ଆୟୋଜିତ ଏକ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ରାହୁଲ କହିଛନ୍ତି, ଭାଜପା ସମ୍ବିଧାନକୁ ଶେଷ କରିବାକୁ ଚାହୁଁଛି। ଦୁନିଆର ଏପରି କୌଣସି ଶକ୍ତି ନାହିଁ, ଯାହା ସମ୍ବିଧାନକୁ ଶେଷ କରିଦେବ। ଭାଜପାର ଏତେ ଅହଂକାର ଯେ, ଜଗନ୍ନାଥଙ୍କୁ ଅପମାନ କରିଛି। ଏହାକୁ କେବେ ଭଗବାନ ବରଦାସ୍ତ କରିବେ ନାହିଁ। ରାହୁଲ ଆହୁରି ମଧ୍ୟ କହିଛନ୍ତି, ବିଜେଡି-ଭାଜପା ମିଶିକି ଅଛନ୍ତି। ସେମାନଙ୍କର ଚିନ୍ତାଧାରା ବି ଗୋଟିଏ। ରାହୁଲଙ୍କ ଏହି କଥା କେତେଦୂର ସତ ତାହା ରାଜନୈତିକ ମହଲରେ ତର୍ଜମା ଚାଲିଛି।

କଂଗ୍ରେସ କ୍ଷମତାକୁ ଆସିଲେ ଅଗ୍ନିବୀର ଯୋଜନାକୁ ରଦ୍ଦ କରିବ। ଏହା ସହିତ ରାଜ୍ୟର ୩୦ ଲକ୍ଷ ଯୁବବର୍ଗଙ୍କୁ ନିଯୁକ୍ତି ପ୍ରଦାନ କରାଯିବ।

ଜୁନ୍ ୪ରେ ଆମେ କ୍ଷମତାକୁ ଆସିଲେ ମହାଲକ୍ଷ୍ମୀ ଯୋଜନା ଆରମ୍ଭ କରିବୁ। ଜୁନ୍ ୫ରେ ମହିଳାଙ୍କ ବ୍ୟାଙ୍କ ଖାତାକୁ ୮,୫୦୦ଟଙ୍କା ପଠାଯିବ ବୋଲି ସେ କହିଛନ୍ତି। ଏହା ସହିତ ଚାଷୀଙ୍କ ଋଣ ଛାଡ କରାଯିବ। ମୁଁ ଭାଜପାବିରୋଧରେ ଲଢୁଛି ବୋଲି ମୋ ବିରୋଧରେ ୨୪ ମାମଲା ଜାରି ରହିଥିବା ରାହୁଲ କହିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ଶନିବାର ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ହେବ । ଏହି ଦିନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଲୋକ ସଭା ସିଟ୍‌ ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri