୩୮ଜଣିଆ ଇସ୍ତାହାର କମିଟି ଗଠନ କଲା ବିଜେଡି, ଟିକେଟ ନ ପାଇ ନିରାଶ ହୋଇଥିବା ଶ୍ରୀମୟୀ ସାମିଲ 

ଭୁବନେଶ୍ୱର,୧୦।୪: ରାଜ୍ୟରେ ସାଧାରଣ ନିର୍ବାଚନ ଦିନ ପାଖେଇ ଆସୁଥିବା ବେଳେ ବିଜେଡି ପକ୍ଷରୁ ଇସ୍ତାହାର କମିଟି ଗଠନ କରାଯାଇଛି। ଉକ୍ତ କମିଟିରେ ଚନ୍ଦ୍ରଶେଖର ସାହୁ ଅଧ୍ୟକ୍ଷ ଥିବାବେଳେ ଅମର ପଟ୍ଟନାୟକ ଆବାହକ ଅଛନ୍ତି । ଏହାଛଡ଼ା ଉକ୍ତ କମିଟିରେ ଦେବୀପ୍ରସାଦ ମିଶ୍ର, ପ୍ରତାପ ଦେବ, ସୁଦାମ ମାର୍ଣ୍ଡି, ପଦ୍ମନାଭ ବେହେରା, କସ୍ତୁରୀ ମହାପାତ୍ର ଓ ମଙ୍ଗଳା କିଷାନ ପ୍ରମୁଖ ୬ ଜଣଙ୍କୁ ସହ-ଅଧ୍ୟକ୍ଷ ଦାୟିତ୍ୱ ପ୍ରଦାନ କରାଯାଇଛି ।
କମିଟିରେ ୩ ସଦସ୍ୟ (ଆବାସିକ ଓ ବିଶେଷଜ୍ଞ) ଡ. ସୁକାନ୍ତ କୁମାର ମହାପାତ୍ର, ସ୍ବପ୍ନେନ୍ଦୁ ମହାନ୍ତି ଓ ଅମୀୟ ମିଶ୍ର ସାମିଲ ଅଛନ୍ତି। ଅମର ପଟ୍ଟନାୟକଙ୍କୁ ଆବାହକ ଦାୟିତ୍ୱ ପ୍ରଦାନ କରାଯାଇଥିବାବେଳେ ସସ୍ମିତ ପାତ୍ରଙ୍କୁ ସହ ଆବାହକ ଦାୟିତ୍ୱ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଦାନ କରିଛନ୍ତି। ଇସ୍ତାହାରରେ ନବୀନ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନକୁ ପ୍ରାଥମିକତା ଦିଆଯାଇଛି।
ସମସ୍ୟମାନଙ୍କ ନାମ ଜାଣନ୍ତୁ:-
ଅତନୁ ସବ୍ୟସାଚୀ ନାୟକ, ଡ. ଅଚ୍ୟୁତ ସାମନ୍ତ, ଡ. ଅରୁଣ କୁମାର ସାହୁ, ସଂତୃପ୍ତ ମିଶ୍ର, ସଞ୍ଜୟ କୁମାର ଦାସବର୍ମା, ସ୍ନେହାଙ୍ଗିନୀ ଛୁରିଆ, ସୁଶାନ୍ତ ସିଂହ, ଦିବ୍ୟଶଙ୍କର ମିଶ୍ର, ଶ୍ରୀମୟୀ ମିଶ୍ର, ଚିନ୍ମୟ ସାହୁ, ଚିରଞ୍ଜୀବ ବିଶ୍ୱାଳ, ସୁବାସ ସିଂହ, ବ୍ୟୋମକେଶ ରାୟ, ଦେବୀ ରଂଜନ ତ୍ରିପାଠୀ, ରମେଶ ଚନ୍ଦ୍ର ମାଝୀ, ଦିଲ୍ଲୀପ ତିର୍କୀ, ରବି ନାରାୟଣ ନନ୍ଦ, ଅମରେଶ ପତ୍ରୀ, ଶେଖ ନିଜାମୁଦ୍ଦିନ, ତନ୍ମୟ ସ୍ବାଇଁ, ଜ୍ୟୋତ୍ସ୍ନାରାଣୀ ପଣ୍ଡା, ବିଷ୍ଣୁପ୍ରିୟା ଦାସ, ସଞ୍ଜିତ୍‌ ମହାନ୍ତି, ପଙ୍କଜିନୀ ମଙ୍ଗରାଜ, ମାମିନା ନାୟକ, କିଶୋର ଦେବତା।
ତେବେ ଭୁବନେଶ୍ୱରରୁ ଏମ୍‌ପି ପ୍ରାର୍ଥୀ ହେବାକୁ ଆଶା ରଖି ନିରାଶ ହୋଇଥିବା ବିଜେଡି ନେତ୍ରୀ ଶ୍ରୀମୟୀଙ୍କୁ ଇସ୍ତହାର କମିଟିରେ ରଖାଯାଇଛି। ଦଳ ପକ୍ଷରୁ ତାଙ୍କୁ ସନ୍ତୁଷ୍ଟ କରିବା ଲାଗି ସଦସ୍ୟ ଭାବେ ସାମିଲ କରାଯାଇଥିବା ନେଇ ଚର୍ଚ୍ଚା ହେଉଛି। ବାକି କମିଟିର ଅନ୍ୟ ସଦସ୍ୟମାନେ ବିଭିନ୍ନ ବର୍ଗର ଲୋକେ, ଅଞ୍ଚଳବାସୀ ଏବଂ ସ୍ଥାନୀୟ ସମସ୍ୟା ବିଷୟରେ ଆଲୋଚନା କରି ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri