ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ ୪ ନୂଆ ମୁହଁ ଥିବା ବେଳେ ୪ ମହିଳା ଅଛନ୍ତି। କିନ୍ତୁ ବହୁ ବରିଷ୍ଠ ଓ ହେଭିଓ୍ବେଟଙ୍କ ଟିକେଟ୍‌ କଟିଛି। ତେବେ ୫ଜଣ ବିଧାୟକଙ୍କ ଟିକେଟ କାଟିଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେସବୁ ସ୍ଥାନରେ ନୂଆ ମୁହଁକୁ ମଇଦାନକୁ ଓହ୍ଲାଇଛନ୍ତିି।

ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କ ସମେତ, ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ ଓ ବଡଚଣାର ବରିଷ୍ଠ ବିଧାୟକ ଅମର ଶତପଥୀଙ୍କ ଟିକେଟ କଟିଛି । ଏଥିସହ କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରାଙ୍କୁ ଚଳିତ ନିର୍ବାଚନରେ ଟିକେଟ ମିଳି ନ ଥିବା ବେଳେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତଙ୍କୁ ବି ଟିକେଟ ଦେଇନି ଦଳ ।

ଏହି ସବୁ ଆସନରେ ବିଜେଡି ନୂଆ ଚେହେରାଙ୍କୁ ସୁଯୋଗ ଦେଇଛି । ଆଜି ଘୋଷଣା କରିଥିବା ପ୍ରାର୍ଥୀ ତାଲିକା ଅନୁସାରେ ସବୁଠାରୁ ବଡ ଟାଣୁଆ ନେତା ଅମର ଶତପଥୀଙ୍କ ଟିକେଟ କାଟି ସେଠାରୁ ବର୍ଷାଙ୍କୁ ପ୍ରାର୍ଥୀ କରିଛି ଦଳ। ସେହିପରି ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, ସିମୁଳିଆରୁ ସୁବାସିନୀ ସାହୁ ଓ ରେମୁଣାରୁ ବିଦୁସ୍ମିତା ମହାଳିକଙ୍କୁ ମଇଦାନକୁ ଓହ୍ଲାଇଛି ଦଳ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri