୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪।୪(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ମେ’ ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିନେଇ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇଗଲାଣି। ତେବେ ସ୍ବର୍ଗତଃ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ବର୍ତ୍ତମାନ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଥିବା ଜଣାପଡିଛି। ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ସେମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସୂଚନାଯୋଗ୍ୟ, ସାରଦା ପ୍ରସାଦ ନାୟକ ଏବେ ଦଳର ଝାରସୁଗୁଡା ଜିଲା ପର୍ଯ୍ୟବେକ୍ଷକ ମଧ୍ୟ ଅଛନ୍ତି।

Share