ବୃହତ୍ତର ସ୍ବାର୍ଥ ପାଇଁ ମୋଦି-ନବୀନ ଏକାଠି ହେବାକୁ ଚାହୁଁଛନ୍ତି: ପାଣ୍ଡିଆନ

ଭୁବନେଶ୍ୱର,୨୦ା୩(ଅନିଲ ଦାସ): ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ମଧ୍ୟ ରାଜ୍ୟରେ ବିଜେଡି ଓ ଭାଜପା ମଧ୍ୟରେ ସମ୍ଭାବ୍ୟ ମେଣ୍ଟକୁ ନେଇ ଦ୍ୱନ୍ଦ୍ୱ ଓ କଳ୍ପନାଜଳ୍ପନା ଲାଗି ରହିଛି। ଏଭଳିସ୍ଥଳେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଗଣମାଧ୍ୟମକୁ ଦେଇଥିବା ବିବୃତି ମେଣ୍ଟ ଚର୍ଚ୍ଚାରେ କିଛିଟା ସ୍ପଷ୍ଟତା ଆଣିଛି। ବୃହତ୍ତର ସ୍ବାର୍ଥ ଉଦ୍ଦେଶ୍ୟରେ ଦେଶର ଦୁଇ ମହାନ୍‌ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାଠି ହେବାକୁ ଚାହାନ୍ତି, ଯାହାକି ରାଜନୀତିଠାରୁ ଊର୍ଦ୍ଧ୍ୱରେ ଏବଂ ଏହା ହିଁ ରାଷ୍ଟ୍ରନୀତି ବୋଲି ପାଣ୍ଡିଆନ କହିଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀଠାରେ ଏକ ଜାତୀୟ ଗଣମାଧ୍ୟମ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପାଣ୍ଡିଆନ କହିିଛନ୍ତି, ଭାଜପା କେନ୍ଦ୍ରରେ ଏବଂ ବିଜେଡି ରାଜ୍ୟରେ ନିର୍ବାଚନ ଜିଣି ସରକାର ଗଢ଼ିବା ପାଇଁ ପରସ୍ପରର ସହଯୋଗ ଆବଶ୍ୟକ ନାହିଁ। ମେଣ୍ଟକୁ ନେଇ ଯାହା କିଛି ହେବ ତାହା ସମସ୍ତେ ଜାଣିବେ ବୋଲି ସେ କହିଛନ୍ତି। ରାଜ୍ୟରେ ଭାଜପା ଓ ବିଜେଡି ମଧ୍ୟରେ ନିର୍ବାଚନ ମେଣ୍ଟକୁ ନେଇ ଚାଲିଥିବା ଚର୍ଚ୍ଚା
ସମ୍ପର୍କିତ ପ୍ରଶ୍ନର ଉତ୍ତରରେ ପାଣ୍ଡିଆନ କହିଛନ୍ତି, ରାଜ୍ୟରେ ବିଜେଡିକୁ ନିର୍ବାଚନ ଗଣିତ ପାଇଁ ଭାଜପାର ଆବଶ୍ୟକତା ନାହିଁ। ସେହିପରି କେନ୍ଦ୍ରରେ ମଧ୍ୟ ସରକାର ଗଢ଼ିବା ପାଇଁ ଭାଜପାକୁ ବିଜେଡିର ସହଯୋଗ ଦରକାର ବୋଲି ସେ ଭାବୁନାହାନ୍ତି। ନବୀନ ପଟ୍ଟନାୟକ ପୁଣିଥରେ କ୍ଷମତାକୁ ଫେରିବା ଓ ଲୋକଙ୍କ ସେବା କରିବା ପାଇଁ ମେଣ୍ଟର ଆବଶ୍ୟକତା ନାହିଁ। କାହିଁକି ଜଣେ ମେଣ୍ଟ କରିବାକୁ ଚାହାଁନ୍ତି। ନିର୍ବାଚନ ଜିତିବାକୁ ହେଲେ ମେଣ୍ଟ କରିବାକୁ ପଡ଼େ। ମାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ଜଣେ ଖୁବ୍‌ ଲୋକପ୍ରିୟ ନେତା। ପ୍ରତ୍ୟେକ ଥର ନିର୍ବାଚନରେ ସେ ତିନି ଚତୁର୍ଥାଂଶ ବହୁମତ ପାଇ ଆସିଛନ୍ତି। ନବୀନ ପଟ୍ଟନାୟକ କେବେ ମଧ୍ୟ ନିର୍ବାଚନ ଜିତିବା ପାଇଁ ମେଣ୍ଟର ଆବଶ୍ୟକତା ଅନୁଭବ କରନ୍ତି ନାହିଁ। ଗତ ପଞ୍ଚାୟତ ନିର୍ବାଚନରେ ୯୦ ପ୍ରତିଶତ ଆସନ ବିଜେଡିକୁ ମିଳିଥିଲା। ରାଜ୍ୟର ୨ ନମ୍ବର ଦଳ ଭାବେ ଭାଜପାକୁ ମାତ୍ର ୫ ପ୍ରତିଶତ ସଫଳତା ମିଳିଥିଲା। ରାଜ୍ୟରେ ସରକାର ଗଢ଼ିବା ପାଇଁ ନବୀନଙ୍କୁ କାହା ସହ ମେଣ୍ଟ କରିବାର ଆବଶ୍ୟକତା ନାହିଁ। ରାଜ୍ୟରେ ନବୀନ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ତାହା ନିଃସନ୍ଦେହ। ସେହିପରି ବିଭିନ୍ନ ସର୍ଭେ କହୁଛି, କେନ୍ଦ୍ରରେ ନରେନ୍ଦ୍ର ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବେ। କେନ୍ଦ୍ରରେ ଭାଜପାକୁ ସରକାର ଗଢ଼ିବା ପାଇଁ ବିଜେଡିର ସହାୟତା ଦରକାର ପଡ଼ିବ ନାହିଁ। ତେବେ ଏହି ଦୁଇ ନେତା ବୃହତ୍ତର ଉଦ୍ଦେଶ୍ୟ ପାଇଁ ଏକାଠି ହେବାକୁ ଚାହୁଁଛନ୍ତି। ଦୁଇ ମହାନ୍‌ ବ୍ୟକ୍ତିଙ୍କର ରାଷ୍ଟ୍ରନୀତି ଦୃଷ୍ଟିରୁ ଗୁରୁତ୍ୱ ରହିଛି। ଏଥିସହ ରାଜନୀତିର କୌଣସି ସମ୍ପର୍କ ନାହିଁ। ଏହା ମୁଖ୍ୟମନ୍ତ୍ରୀଙ୍କ ଚିନ୍ତାଧାରା। ଏହାର ଭୋଟ ଉଦ୍ଦେଶ୍ୟ ଉଭୟ ବିଜେଡି କିମ୍ବା ଭାଜପା ପାଇଁ ମଧ୍ୟ ନାହିଁ। ତେଣୁ ଏହା ଦୁଇ ବ୍ୟକ୍ତିଙ୍କର ପରସ୍ପର ମଧ୍ୟରେ ଥିବା ବନ୍ଧୁତ୍ୱ, ଯାହାକି ବିରଳ ରାଷ୍ଟ୍ରନୀତି ଏବଂ ରାଜନୀତିରୁ ଊର୍ଦ୍ଧ୍ୱରେ।
ପାଣ୍ଡିଆନଙ୍କ ଉପରୋକ୍ତ ମନ୍ତବ୍ୟ ପରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ବିଜେଡି -ଭାଜପା ଓଡ଼ିଶା ସ୍ବାର୍ଥ ପାଇଁ ନୁହେଁ ନିଜ ସ୍ବାର୍ଥ ପାଇଁ ମେଣ୍ଟ କରୁଛନ୍ତି। ଏକଥା ଆଉ ରାଜ୍ୟବାସୀଙ୍କୁ ଅଛପା ନାହିଁ। ଯଦି ବୃହତ୍ତର ସ୍ବାର୍ଥ ପାଇଁ କାମ କରୁଛନ୍ତି ତେବେ ୨୦୧୪ ଓ ୨୦୧୯ରେ କାହିଁକି ଅଲଗା ନିର୍ବାଚନ ଲଢ଼ିଲେ। ରାଜ୍ୟର ଖଣିଜ ସମ୍ପଦ ଲୁଟ୍‌ କରିବାକୁ ଉଭୟ ଦଳ ମେଣ୍ଟ କରୁଛନ୍ତି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଭାଜପାର ବରିଷ୍ଠ ବିଧାୟକ ପ୍ରଦୀପ ନାଏକ କହିଛନ୍ତି, ଭାଜପା ଏକାକୀ ଲଢ଼ିବା ପାଇଁ ପ୍ରସ୍ତୁତ ହେଉଛି। ସେଥିପାଇଁ ଗଁାକୁ ଚାଲ, ବୁଥ୍‌କୁ ଚାଲ ଭଳି ଅଭିଯାନ କରୁଛି। ନିଜେ ପ୍ରସ୍ତୁତ ନ ଥିଲେ କୌଣସି ସ୍ତରରେ ମେଣ୍ଟ ହେଲେ ଆଲୋଚନା କରିହେବ ନାହିଁ। ମେଣ୍ଟ ନିଷ୍ପତ୍ତି ରାଜ୍ୟ ଶାଖା କରିପାରିବ ନାହିଁ। ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ହିଁ ଚାହିଁଲେ ମେଣ୍ଟ ହୋଇପାରେ। ରାଜ୍ୟ ଯାହା ସ୍ଥିର କରିଛି, ତାହା କେନ୍ଦ୍ରକୁ ଜଣାଇବାର ଆବଶ୍ୟକତା ଅଛି। ମେଣ୍ଟ ସମ୍ପର୍କରେ ତାଙ୍କର କିଛି କହିବାର ଅଧିକାର ନାହିଁ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଓ ରାଜ୍ୟ ସଭାପତି ଯାହା କରିପାରିବେ ବୋଲି ପ୍ରଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ...

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri