୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି ଠାରେ ଏକତ୍ରିତ ହୋଇଥିଲେ। ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ କର୍ମୀ ଏବଂ ସମର୍ଥକଙ୍କ ସହ ବେଲବାହାଳି, ପୁରୁଣିଆ, ନୂଆଗଡ, ଜଳସୁଆ, ସିଆପଡା, ମଙ୍ଗଳପୁର, ଟୋଲଙ୍କପଡା, ଚାଟରା, ଡିହସାହି ପ୍ରଭୃତି ଅଞ୍ଚଳରେ ଏକ ବିଶାଳ ବାଇକ ରାଲି କରିଥିଲେ । ଭୋଟରଙ୍କ ଘରକୁ ଯାଇ ଡବଲ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହିଥିଲେ। ବିଭିନ୍ନ ସ୍ଥାନରେ ମହିଳା ମାନେ ଅଭିମନ୍ୟୁଙ୍କୁ ଫୁଲ ତୋଡ଼ା ଦେଇ ପ୍ରଚାରକୁ ସ୍ବାଗତ କରିଥିଲେ।

ଓଡିଶାରେ ନବୀନ ସରକାର ହିଁ ବିକାଶର ଏକମାତ୍ର ବିକଳ୍ପ ବୋଲି ଭୋଟର ଭେଟି ଜଣାଇଥିଲେ। କର୍ମୀ ଏବଂ ସମର୍ଥକମାନେ ବିଜେଡି ସରକାର ଅମଳରେ ହୋଇଥିବା ବିଭିନ୍ନ ବିକାଶ ଏବଂ ଜନକଲ୍ୟାଣ ଯୋଜନାର ସ୍ଲୋଗାନ ଦେଇଥିଲେ। ଏଥିସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅଭିମନ୍ୟୁ ଏବଂ ସମର୍ଥକମାନେ ପ୍ରଚାର ଜରିଆରେ ନିବେଦନ କରିଥିଲେ । ଶରତ ସାହୁ, ପଦ୍ମଲୋଚନ ସାହୁ, ଅରୁଣ ସାହୁ, ସଞ୍ଜୟ ଦାସ, ଗୋବର୍ଦ୍ଧନ ସାହୁ, ବିନୋଦ ମହାପାତ୍ର, ରସା ମହାପାତ୍ର, ବିନୋଦ ରଣା, ଛବି ମାଝୀ, ବିଦ୍ୟାଧର ମାଝୀ ପ୍ରମୁଖଙ୍କ ସମେତ ବହୁ ସଂଖ୍ୟାରେ ଯୁବ ଗୋଷ୍ଠୀ ଏବଂ ବରିଷ୍ଠ କର୍ମୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri